27.1 C
Bhubaneswar
Monday, March 30, 2026
Homeଓଡିଶାଆଜିଠୁ  ଆସନ୍ତା ୨ ଦିନ ଯାଏଁ ରାଜ୍ୟରେ ବର୍ଷା

ଆଜିଠୁ  ଆସନ୍ତା ୨ ଦିନ ଯାଏଁ ରାଜ୍ୟରେ ବର୍ଷା

ଭୁବନେଶ୍ୱର : ଦକ୍ଷିଣ ବଙ୍ଗୋପସାଗରରେ  ଲଘୁଚାପ ସକ୍ରିୟ ରହିଛି ।   ଏହାର ପ୍ରଭାବରେ  ଆଜିଠୁ ଆସନ୍ତା ୨ ଦିନ ପଯ୍ୟନ୍ତ  ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ।  ଆଜି ଦକ୍ଷିଣ ଓଡିଶା ସମେତ  ଉପକୂଳ ଓ ଆଭ୍ୟନ୍ତରୀଣ  ଓଡିଶାରେ  ୧୯ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ  ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ  ପୂର୍ୱାନୁମାନ କରାଯାଇଛି ।  ଜିଲ୍ଲା ଗୁଡ଼ିକ ହେଲା କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୨୧ ତାରିଖ ସକାଳ ସାଢ଼େ ୮ଟାରୁ ୨୨ ତାରିଖ ସକାଳ ସାଢ଼େ ୮ଟା ପର‌୍ୟ୍ୟନ୍ତ ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking