28.8 C
Bhubaneswar
Friday, June 19, 2026
Homeଓଡିଶାଦୁର୍ବଳ ହେଲା ଲଘୁଚାପ :  ବଢିବ କୁହୁଡି

ଦୁର୍ବଳ ହେଲା ଲଘୁଚାପ :  ବଢିବ କୁହୁଡି

ଭୁବନେଶ୍ୱର : ରାଜ୍ୟରେ ଆଜିଠୁ  କମିବ ବର୍ଷା । ଏନେଇ ପାଣିପାଗ ବିଭାଗ ସୂଚନା ଦେଇଛନ୍ତି  । ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷାର ସମ୍ଭାବନା ରହିଛି। ଗଂଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ତେବେ କାଲିଠାରୁ ପାଗରେ ପରିବର୍ତ୍ତନ ଆସିବ। କାଲିଠୁ ବର୍ଷା ସଂପୂର୍ଣ୍ଣ କମିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।ସେହିପରି ଦୁଇ ଦିନ ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଦେଖାଦେବ। ଘନ କୁହୁଡ଼ି ନେଇ ଆଜି ପାଇଁ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସୁନ୍ଦରଗଡ଼, ସମ୍ବଲପୁର, ବଲାଙ୍ଗିର, ଝାରସୁଗୁଡ଼ା, ନୂଆପଡ଼ା, ବରଗଡ଼, କେନ୍ଦୁଝର ଏବଂ ମୟୂରଭଂଜ ଜିଲ୍ଲାର କିଛି ଅଞ୍ଚଳରେ ଘନ କୁହୁଡ଼ି ସମ୍ଭାବନା ରହିଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking