31.1 C
Bhubaneswar
Wednesday, March 25, 2026
Homeଦେଶ ବିଦେଶକନ୍ୟାକୁମାରୀରେ ଦେଶର ପ୍ରଥମ କାଚ ବ୍ରିଜ୍ ଉଦଘାଟିତ

କନ୍ୟାକୁମାରୀରେ ଦେଶର ପ୍ରଥମ କାଚ ବ୍ରିଜ୍ ଉଦଘାଟିତ

କନ୍ୟାକୁମାରୀ: ତାମିଲନାଡୁର କନ୍ୟାକୁମାରୀଠାରେ ସମୁଦ୍ର ଉପରେ ଦେଶର ପ୍ରଥମ କାଚ ବ୍ରିଜ୍ ବା ଗ୍ଲାସ୍ ବ୍ରିଜ୍ ନିର୍ମାଣ କରାଯାଇଛି। ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ଏହି ଗ୍ଲାସ୍ ବ୍ରିଜ୍‌କୁ ଉଦ୍‌ଘାଟନ କରିଛନ୍ତି। ଏହି ବ୍ରିଜ ଦେଇ ପର୍ଯ୍ୟଟକମାନେ ବର୍ତ୍ତମାନ ବିବେକାନନ୍ଦ ସ୍ମାରକୀରୁ ଥିରୁଭଲ୍ଲୁଭରଙ୍କ ପ୍ରତିମୂର୍ତ୍ତି ସ୍ଥଳକୁ ଚାଲିକରି ପହଞ୍ଚିପାରିବେ। ଅର୍ଥାତ୍ ଏଣିକି ଆଉ ବିବେକାନନ୍ଦ ସ୍ମାରକୀରୁ ଥିରୁଭଲ୍ଲୁଭରଙ୍କ ପ୍ରତିମୂର୍ତ୍ତି ସ୍ଥଳକୁ ଯିବା ପାଇଁ ପର୍ଯ୍ୟଟକମାନଙ୍କୁ ଆଉ ଡଙ୍ଗାର ଆବଶ୍ୟକତା ପଡିବ ନାହିଁ। ଏହି କାଚ ବ୍ରିଜକୁ ୩୭ କୋଟି ଟଙ୍କା ବ୍ୟୟରେ ଉନ୍ନତ ଜ୍ଞାନକୌଶଳ ସହ ନିର୍ମାଣ କରାଯାଇଛି। ୭୭ ମିଟର ଲମ୍ବ ବିଶିଷ୍ଟ ଏହି ସେତୁଟି ୧୦ ମିଟର ଚଉଡା ବିଶିଷ୍ଟ ନିର୍ମାଣ କରାଯାଇଛି।

ଏହା ବ୍ୟତୀତ ଏହି ସେତୁ ନିର୍ମାଣ ସମୟରେ ପର୍ଯ୍ୟଟକଙ୍କ ସୁରକ୍ଷା ଉପରେ ସମ୍ପୂର୍ଣ୍ଣ ଧ୍ୟାନ ଦିଆଯାଇଛି। ୨୦୦୦ ମସିହାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଏମ୍‌. କରୁଣାନିଧିଙ୍କ ଦ୍ୱାରା ଥିରୁଭଲ୍ଲୁଭରଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଥିଲା। ଏହି ପ୍ରତିମୂର୍ତ୍ତି ନିର୍ମାଣକୁ ୨୫ ବର୍ଷ ପୂରଣ ହେବାକୁ ଯାଉଛି। ଏହି ଅବସରରେ ରାଜ୍ୟରେ ରୌପ୍ୟ ଜୟନ୍ତୀ ପାଳନ କରାଯାଉଛି। ରୌପ୍ୟ ଜୟନ୍ତୀ ପାଳନ ପାଇଁ ତିନି ଦିନିଆ ଉତ୍ସବ ଆରମ୍ଭରୁ ଗ୍ଲାସ୍ ଫାଇବର ବ୍ରିଜକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ। ଏହି ସେତୁ ଖୁବ୍ ଶୀଘ୍ର ଲୋକଙ୍କ ପାଇଁ ମଧ୍ୟ ଖୋଲାଯିବ ବୋଲି କୁହାଯାଇଛି। ତାମିଲନାଡୁର ନିର୍ମାଣ ମନ୍ତ୍ରୀ ଇ.ଭି ଭେଲୁ ଏହି ସେତୁ ନିର୍ମାଣକୁ ନେଇ କହିଛନ୍ତି ଯେ, ଏଭଳି ବ୍ରିଜ ନିର୍ମାଣ ଅତ୍ୟନ୍ତ ଆହ୍ୱାନପୂର୍ଣ୍ଣ। ଗ୍ଲାସ ବ୍ରିଜ କନ୍ୟାକୁମାରୀରେ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରରେ ପରିଣତ ହେବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking