25.1 C
Bhubaneswar
Friday, March 20, 2026
Homeଓଡିଶାଯାଜପୁର : ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ପ୍ରସ୍ତୁତି ବୈଠକ

ଯାଜପୁର : ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ପ୍ରସ୍ତୁତି ବୈଠକ

ଯାଜପୁର : ଯାଜପୁର ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ ଜିଲ୍ଲା ସ୍ତରୀୟ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ନିମିତ୍ତ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ପବିତ୍ର ଗଣତନ୍ତ୍ର ଦିବସକୁ ଶାନ୍ତି, ଶୃଙ୍ଖଳା, ଓ ସମ୍ପ୍ରିତିର ସହ ପାଳନ ନିମିତ୍ତ ଯେଉଁ କାର୍ଯ୍ୟକ୍ରମ ସ୍ଥିର କରାଯାଇଛି ତାହାକୁ ପ୍ରତ୍ୟେକ ନିଷ୍ଠାର ସହ ପାଳନ ପାଇଁ ଅନୁରୋଧ କରିଥିଲେ। ଚଳିତ ବର୍ଷ କୁସୁମା ସମ୍ମୁଖ ପଡିଆରେ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ଅନୁଷ୍ଠିତ ହେବ । ଏହି ଅବସର ରେ ଅତିରିକ୍ତ ଜିଲ୍ଲାପାଳ ନବକ୍ରିଷ୍ଣ ଜେନା ଓ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଅଶୋକ କୁମାର ବେହୁରିଆ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ପୁଷ୍ପଲତା ବାରିକ ପ୍ରମୁଖ ଯୋଗ ଦେଇ ୭୬ ତମ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସକୁ ଶାନ୍ତି, ମୈତ୍ରୀ, ସମ୍ପ୍ରୀତି ସହ ପାଳନ କରିବାକୁ ଜିଲ୍ଲାବାସୀଙ୍କୁ ବାର୍ତ୍ତା ପ୍ରଦାନ କରିଥିଲେ। ଏହି ବୈଠକରେ ଉପଖଣ୍ଡ ଆରକ୍ଷୀ ଅଧିକାରୀ କୈଳାଶ ଚନ୍ଦ୍ର ସେଠୀ, ଯାଜପୁର ଥାନା ଅଧିକାରୀ ଶରତ ଚନ୍ଦ୍ର ପାତ୍ର, ସଂସ୍କୃତି ଅଧିକାରୀ ସୋନାଲି ବେହେରା, କ୍ରୀଡା ଅଧିକାରୀ ଫକୀର ମୋହନ ଟୁଡୁଙ୍କ ସମେତ ବହୁ ବୁଦ୍ଧିଜୀବୀ, ବରିଷ୍ଠ ନାଗରିକ, ବିଭିନ୍ନ ବିଭାଗର ଅଧିକାରୀ, ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଯୋଗ ଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking