25.1 C
Bhubaneswar
Saturday, February 7, 2026
Homeଓଡିଶାଖୁବଶୀଘ୍ର ରାଜ୍ଯବାସୀ ପାଇବେ ଆୟୁଷ୍ମାନ ଭାରତ

ଖୁବଶୀଘ୍ର ରାଜ୍ଯବାସୀ ପାଇବେ ଆୟୁଷ୍ମାନ ଭାରତ

ଭୁବନେଶ୍ବର: ଭାରତ ସରକାର ଏବଂ ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ଯାଣ ବିଭାଗ ମଧ୍ୟରେ ଚୁକ୍ତିନାମା ଜାନୁଆରୀ 13 ତାରିଖରେ ସ୍ବାକ୍ଷରିତ ହେବା ପରେ ଓଡ଼ିଶାବାସୀ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ଯ ଯୋଜନାର ସୁଫଳ କିପରି ଯଥାଶୀଘ୍ର ପାଇପାରିବେ ସେ ନେଇ ବିଭାଗ ବିଭିନ୍ନ ପ୍ରସ୍ତୁତି ଓ ପ୍ରଶିକ୍ଷଣ ଆରମ୍ଭ କରିଛି । ଏହି ସମନ୍ୱିତ ଯୋଜନା ଦ୍ବାରା ରାଜ୍ଯବାସୀ ଦେଶର ପ୍ରାୟ 30 ହଜାର ଚିକିତ୍ସାଳୟରେ ଉନ୍ନତ ସ୍ବାସ୍ଥ୍ୟସେବା ପାଇପାରିବେ । ଓଡ଼ିଶାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆସିବ ଯୁଗାନ୍ତକାରୀ ପରିବର୍ତ୍ତନ ।

ରାଜ୍ଯ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ଯାଣ ବିଭାଗ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ଯ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ଯ ଯୋଜନାକୁ ସମନ୍ବିତ କରି ଜନସାଧାରଣଙ୍କୁ ଅତିଶୀଘ୍ର ସ୍ବାସ୍ଥ୍ୟସେବାର ସୁଫଳ ଦେବା ପାଇଁ ବିଭିନ୍ନ ପ୍ରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଆଜିଠାରୁ ଯୋଜନା ସହ ସଂପୃକ୍ତ ବିଭିନ୍ନ ଅଂଶୀଦାର ଏବଂ ପ୍ରଧାନମନ୍ତ୍ରୀ ଆରୋଗ୍ଯମିତ୍ରଙ୍କ ଦକ୍ଷତା ବିକାଶ ପାଇଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି ।

ପ୍ରଥମ ଦିନରେ 60ଟି ଚିକିତ୍ସାଳୟର 180 ଜଣଙ୍କୁ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ଯ ଯୋଜନା ସମ୍ପର୍କିତ ଆଇଟି ପ୍ଲାଟଫର୍ମର ବିବିଧ ବ୍ଯବହାର, ଟ୍ରାନଜେକସନ ମ୍ୟାନେଜମେଣ୍ଟ ସିଷ୍ଟମ୍, ଅଭିଯୋଗ ସମାଧାନ ପ୍ରକ୍ରିୟା ଓ ଅନ୍ଯାନ୍ଯ ସମ୍ବନ୍ଧରେ ମାଷ୍ଟର ଟ୍ରେନରମାନେ ପ୍ରଶିକ୍ଷିତ କରିଥିଲେ । ପର୍ଯ୍ଯାୟକ୍ରମେ ଓଡ଼ିଶାର ସମସ୍ତ ସରକାରୀ ଓ ବେସରକାରୀ ଚିକିତ୍ସାଳୟର ଅଂଶୀଦାର ଏବଂ ପ୍ରଧାନମନ୍ତ୍ରୀ ଆରୋଗ୍ଯ ମିତ୍ରମାନଙ୍କୁ ପ୍ରଶିକ୍ଷଣ ଦିଆଯିବ ।ରାଜ୍ୟ ସ୍ୱାସ୍ଥ୍ୟ ପ୍ରତିଶୃତି ସମିତି (ସାସ)ର ସିଇଓ ତଥା ଜାତୀୟ ସ୍ବାସ୍ଥ୍ୟ ମିଶନ (ଓଡ଼ିଶା)ର ମିଶନ ନିର୍ଦ୍ଦେଶିକା ଡା. ବୃନ୍ଦା ଡି., ଡା. ବିଷ୍ଣୁପ୍ରସାଦ ମହାପାତ୍ର, ଡା. ରଶ୍ମିରଞ୍ଜନ ମହାପାତ୍ର, ଡା. ଅରୁଣ ମହାପାତ୍ର, ଶ୍ରୀ ଶରତ ମିଶ୍ର ପ୍ରମୁଖ ପ୍ରଶିକ୍ଷଣ ଦେଇଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking