28.1 C
Bhubaneswar
Monday, February 9, 2026
Homeଓଡିଶା୫ ଦିନ ପର୍ଯ୍ୟନ୍ତ ଜାରି ରହିବ ଶୀତ; ଘନ କୁହୁଡି ନେଇ ୪ଟି ଜିଲ୍ଲାକୁ ୟେଲୋ...

୫ ଦିନ ପର୍ଯ୍ୟନ୍ତ ଜାରି ରହିବ ଶୀତ; ଘନ କୁହୁଡି ନେଇ ୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର: ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଶୀତ। ଶୀତ ସହ ଘନ କୁହୁଡି କରିବ ଅସ୍ତବ୍ୟ । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଅନୁଭୁତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବର୍ତ୍ତମାନ ରାଜ୍ୟର ଆଭ୍ୟନ୍ତରୀଣ ଓଡ଼ିଶା ସୁନ୍ଦରଗଡ, କେନ୍ଦୁଝର, ଝାରସୁଗୁଡା, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ବରଗଡ, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ନବରଙ୍ଗପୁର ଜିଲ୍ଲାରେ ସ୍ୱାଭାବିକ ଶୀତ ଅନୁଭୁତ ହେଉଛି। ସେହିପରି ଉପକୂଳ ଓଡ଼ିଶାର ଖୋର୍ଦ୍ଧା, କଟକ, ନୟାଗଡ, କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜରେ ବି ଜାଡ ଅନୁଭୁତ ହେଉଛି।

ଆସନ୍ତା ୪ ରୁ ୫ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ସେହିଭଳି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନ କୁହୁଡି ନେଇ ୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବିଶେଷ କରି ସୁନ୍ଦରଗଡ, କଳାହାଣ୍ଡି, କନ୍ଧମାଳ ଏବଂ କୋରାପୁଟ କୁ ସତର୍କତା ଜାରି କରାଯାଇଛି। ସେହିଭଳି ଆଗାମୀ ୩ ଦିନ ପର୍ଯ୍ୟନ୍ତ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ, କେନ୍ଦୁଝର ଏବଂ ଝାରସୁଗୁଡାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୁତ ହେବା ନେଇ ସତର୍କ କରାଇଛି ପାଣିପାଗ କେନ୍ଦ୍ର। ଗତ ୨୪ ଘଣ୍ଟା ମଧ୍ୟରେ ପାହାଡିଆ ଅଞ୍ଚଳ ଭାବରେ ଜି.ଉଦୟଗିରିରେ ୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ସମତଳ ଅଞ୍ଚଳ ଭାବରେ ଫୁଲବାଣୀରେ ୮ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସେହିଭଳି ସିମିଳିଗୁଡାରେ ୭.୬ ଡିଗ୍ରୀ, ଦାରିଙ୍ଗବାଡିରେ ୮, ଝାରଗୁଡାରେ ୯.୭, ଅନୁଗୁଳୁରେ ୧୦, ରାଉରକେଲାରେ ୧୦.୫, କିରେଇରେ ୧୦.୬, ଭୁବନେଶ୍ୱରରେ ୧୨.୩ ଏବଂ କଟକରେ ୧୩ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking