କେନ୍ଦ୍ରାପଡା : ଆଜିଠୁ ପଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ଗଣନା ପାଇଁ ଗତ ୧୪ ତାରିଖରୁ ୨୨ ତାରିଖ ପର୍ୟ୍ୟନ୍ତ ଦୀର୍ଘ ୯ ଦିନ ଧରି ପର୍ୟ୍ୟଟକ ମାନଙ୍କ ପାଇଁ ବନ୍ଦ ରହିଥିଲା। ନଦୀ ନାଳ ମାନଙ୍କ ରେ ବୋଟ ଚଳାଚଳ ବନ୍ଦ ହେବା ପରେ ଦିନ ଓ ରାତି ସମୟରେ କୁମ୍ଭୀର ଗଣନା କରାଯାଇଥିଲା । ପର୍ୟ୍ୟଟକ ଆସିଲେ କୁମ୍ଭୀର ଗଣନାରେ ବାଧା ସୃଷ୍ଟି ହେବା ଆଶଙ୍କା ଥିବାରୁ ଭିତରକନିକା ପର୍ୟ୍ୟଟକ ମାନଙ୍କ ପାଇଁ ବନ୍ଦ ରଖାଯାଇଥିଲା ।