17.1 C
Bhubaneswar
Friday, December 19, 2025
Homeଦେଶ ବିଦେଶମହାକୁମ୍ଭ ଦଳାଚକଟା ଘଟଣା: ମୃତକଙ୍କ ପରିବାରକୁ ୨୫ ଲକ୍ଷ ଲେଖାଏଁ ଆର୍ଥିକ ସହାୟତା ଘୋଷଣା

ମହାକୁମ୍ଭ ଦଳାଚକଟା ଘଟଣା: ମୃତକଙ୍କ ପରିବାରକୁ ୨୫ ଲକ୍ଷ ଲେଖାଏଁ ଆର୍ଥିକ ସହାୟତା ଘୋଷଣା

ପ୍ରୟାଗରାଜ: ପ୍ରୟାଗରାଜର ମହାକୁମ୍ଭର ସଙ୍ଗମ ଘାଟରେ ଘଟିଥିବା ଦଳାଚକଟା ଘଟଣାରେ ଉତ୍ତରପ୍ରଦେଶ ସରକାର ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଘଟଣାର ଆଜି ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ତିନି ଜଣିଆ ବିଚାର ବିଭାଗୀୟ କମିଶନ ସମଗ୍ର ମାମଲାର ତଦନ୍ତ କରି ରାଜ୍ୟ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବେ ବୋଲି ଶ୍ରୀ ଆଦିତ୍ୟନାଥ ଗଣମାଧ୍ୟମକୁ କହିଛନ୍ତି। ସୂଚନା ଅନୁଯାୟୀ, ଦଳାଚକଟା ଘଟଣାରେ ଏପର୍ଯ୍ୟନ୍ତ ୩୦ ଜଣଙ୍କ ମୃତ୍ୟୁ ହୋଇଥିବା ଉତ୍ତରପ୍ରଦେଶ ସରକାର ସ୍ପଷ୍ଟ କରିଥିବା ବେଳେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବା ସମ୍ଭାବନା ରହିଛି। ଦଳାଚକଟାରେ ୯୦ରୁ ଅଧିକ ଶ୍ରଦ୍ଧାଳୁ ଆହତ ହୋଇଥିବା ସୂଚନା ମିଳିଛି।

ମହାକୁମ୍ଭରେ ମୃତ୍ୟୁ ସଂଖ୍ୟା ୩୦କୁ ବୃଦ୍ଧି

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking