15.1 C
Bhubaneswar
Friday, December 19, 2025
Homeଓଡିଶାଆସନ୍ତାକାଲି ବନକଲାଗି ନୀତି: ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଆସନ୍ତାକାଲି ବନକଲାଗି ନୀତି: ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ପୁରୀ: ଆସନ୍ତାକାଲି (ବୁଧବାର) ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ। ଆସନ୍ତାକାଲି ମାଘ:ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀବିଗ୍ରହ ମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ୨ୟ ଭୋଗମଣ୍ଡପ ଭୋଗ ଶେଷ ପରେ ଆରମ୍ଭ ହେବ ନୀତି।

ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ମହାପ୍ରଭୁଙ୍କ ବନକଲାଗି ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହେବ। ଅପରାହ୍ନରେ ଦ୍ୱିତୀୟ ଭୋଗ ମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ। ଦତ୍ତ ମହାପାତ୍ର ସେବକ ମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ଲାଗି ଗର୍ଭଗୃହକୁ ପ୍ରବେଶ କରିବେ। ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଆଦି ବ୍ୟବହାର କରାଯିବ। ଏହା ଦ୍ୱାରା ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking