27.1 C
Bhubaneswar
Monday, December 8, 2025
Homeଓଡିଶାମୁଖ୍ୟମନ୍ତ୍ରୀଙ୍କ ଚେତାବନୀ: ଲୋକଙ୍କ ସମସ୍ୟା ସମାଧାନ ନହେଲେ କାର୍ଯ୍ୟାନୁଷ୍ଠାନ

ମୁଖ୍ୟମନ୍ତ୍ରୀଙ୍କ ଚେତାବନୀ: ଲୋକଙ୍କ ସମସ୍ୟା ସମାଧାନ ନହେଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର:ଜନଶୁଣାଣିରେ ଲୋକମାନେ ଆଣୁଥିବା ଅଭିଯୋଗ ଏବଂ ସମସ୍ୟାର ସମାଧାନ ନହେଲେ ଏଣିକି ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯିବ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ବା ସିଏମ୍‌ଓ ପକ୍ଷରୁ ଚିଠି ହୋଇଛି । ସବୁ ଜିଲ୍ଲାର ଜିଲ୍ଲାପାଳ, ଏସପି, ପୋଲିସ ଡିଜି, ପୋଲିସ କମିଶନର ସମସ୍ତଙ୍କୁ ସିଏମଓ ପକ୍ଷରୁ ଚିଠି ହୋଇଛି । କିଛି ଲୋକମାନେ ସେମାନଙ୍କ ସମସ୍ୟାର ସମାଧାନ ହେଉନଥିବାରୁ ବାରମ୍ବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସୁଛନ୍ତି । ସେମାନଙ୍କ ସମସ୍ୟାର ସମାଧାନ ଯେପରି ଥରକରେ ହୋଇପାରିବ, ତାହା ଉପରେ ଗୁରୁତ୍ବ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅଭିଯୋଗ ପ୍ରକୋଷ୍ଠରେ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ଏବଂ ଅନ ଦି ସ୍ପଟ୍ ବିଭିନ୍ନ ସମସ୍ୟାର ସମାଧାନ କରୁଛନ୍ତି । ଆଜି ସୁଦ୍ଧା ୯ଥର ଅଭିଯୋଗ ପ୍ରକୋଷ୍ଠରେ ଲୋକଙ୍କ ସମସ୍ୟା ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking