29.1 C
Bhubaneswar
Tuesday, February 10, 2026
Homeଓଡିଶାମିଡ ଡେ ମିଲ  : ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ

ମିଡ ଡେ ମିଲ  : ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ

ଭୁ‌ବନେଶ୍ବର: ଆସନ୍ତା ଶିକ୍ଷା ବର୍ଷରୁ ନବମ ଓ ଦଶମ ପିଲଆଙ୍କୁ ମିଳିବ ମଧ୍ୟାହ୍ନଭୋଜନ । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ସ୍ପଷ୍ଟ କଲେ ଗଣଶିକ୍ଷା ମନ୍ତ୍ରୀ । ରାଜ୍ୟ ସରକାର ଏହାର ସମ୍ପୁଣ୍ଣ ଖର୍ଚ୍ଚ ବହନ କରିବେ କହିଛନ୍ତି ମନ୍ତ୍ରୀ । ଆହୁରି କହିଛନ୍ତି   ଏନେଇ ବଜେଟରେ ପ୍ରାବଧାନ କରାଯିବ । ପୂର୍ୱରୁ ପ୍ରଥମରୁ ଅଷ୍ଟମ ପିଲାଙ୍କୁ ଦିଆଯାଉଥିଲା । ଦୁଇଟି ଶ୍ରେଣୀ ବାଦ ପଡିଯାଉଥିଲେ । ଯାହାକୁ ଆଖିରେ ରଖି ସରକାର ନିଷ୍ପତ୍ତି ନେଇଛନ୍ତି । ସୂଚନା ଅନୁସାରେ ବିଦ୍ୟାଳୟରେ ମଧ୍ୟାହ୍‌ଣ ଭୋଜନ ନେଇ ରାଜ୍ୟ ସରକାର ମଙ୍ଗଳବାର ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ମଧ୍ୟାହ୍‌ଣ ଭୋଜନ କରିବେ। ଏପର୍ଯ୍ୟନ୍ତ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ମଧ୍ୟାହ୍‌ଣ ଭୋଜନ କରୁଥିଲେ। କିନ୍ତୁ ଆଗାମୀ ଦିନରେ ନବମ ଓ ଦଶମ ଶ୍ରେଣୀର ପିଲାଙ୍କୁ ମଧ୍ୟ ଏହି ଯୋଜନାରେ ସାମିଲ କରାଯିବ। କଟକରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏହି ବଡ଼ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ, ରାଜ୍ୟରେ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା ଲାଗୁ ହେବ। ଦୁଇଟି ସନ୍ତାନ ଜନ୍ମ କ୍ଷେତ୍ରରେ ଏହି‌ ଯୋଜନା ଲାଗୁ ହେବ। କନ୍ୟା ସନ୍ତାନକୁ ପ୍ରୋତ୍ସାହନ ପାଇଁ ଏହି ଯୋଜନା ଲାଗୁ କରାଯାଇଛି। ଝିଅ ଜନ୍ମ ହେଲେ ୧୨ ହଜାର ଟଙ୍କା ମିଳିବ। ପୁଅ ଜନ୍ମ ହେଲେ ୧୦ ହଜାର ଟଙ୍କା ମିଳିବ। ରାଜ୍ୟ ସରକାର ଅଙ୍ଗନବାଡ଼ି କର୍ମୀମାନଙ୍କ ପାଇଁ ମଧ୍ୟ ଭଲ ଖବର ଆଣିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି, ଅଙ୍ଗନବାଡ଼ି କର୍ମୀମାନଙ୍କୁ ୨୦୦ ଟଙ୍କା ବଦଳରେ ୨୫୦ ଟଙ୍କା, ଏବଂ ଅଙ୍ଗନବାଡ଼ି ସହାୟକମାନଙ୍କୁ ୫୦ ଟଙ୍କା ପରିବର୍ତ୍ତେ ୧୫୦ ଟଙ୍କା ପ୍ରୋତ୍ସାହନ ରାଶି ମିଳିବ। ଉଭୟ ଯୋଜନାର ସମ୍ମିଳିତ କାର୍ଯ୍ୟକାରିତା ପାଇଁ ଆସନ୍ତା ଆର୍ଥିକ ବର୍ଷରେ ପ୍ରାୟ ୫୧୧ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଛି। ଏଥିପାଇଁ କେନ୍ଦ୍ର ସରକାର ୧୧୫.୯୭ କୋଟି ଟଙ୍କା ପ୍ରଦାନ କରିବାବେଳେ ରାଜ୍ୟ ସରକାର ୩୯୫.୭୫ କୋଟି ଟଙ୍କା ଯୋଗାଇ ଦେବେ। ଏହା ଦ୍ୱାରା ପ୍ରାୟ ୪ ଲକ୍ଷ ୫୦ ହଜାର ଗର୍ଭବତୀ ଓ ପ୍ରସୂତି ମହିଳା ଉପକୃତ ହେବେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking