23.1 C
Bhubaneswar
Saturday, February 14, 2026
Homeଓଡିଶାଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ

ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ

ଭୁବନେଶ୍ୱର ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ଗୁରୁବାର ସକାଳୁ କୋଟପାଡ ବ୍ଳକ ବତାସନା ଜି.ପି. ଆକାଉଣ୍ଟାଣ୍ଟ କମ୍ ଡାଟା ଏଣ୍ଟ୍ରି ଅପରେଟର ଏସ୍‌ ପାର୍ଥ ସାରଥୀ ବିଶୋୟୀଙ୍କ ଘରେ ପଶି ଚଢାଉ କରୁଛି ଭିଜିଲାନ୍ସ ଟିମ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ ଜାରି ରଖିଛି ଭିଜିଲାନ୍ସ ଟିମ୍ । ଏକକାଳୀନ ୭ଟି ସ୍ଥାନରେ ରେଡ୍ କରୁଛି ଜୟପୁର ଭିଜିଲାନ୍ସ ଟିମ୍ ।ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଆକାଉଣ୍ଟାଣ୍ଟ କମ୍ ଡାଟା ଏଣ୍ଟ୍ରି ଅପରେଟର ଏସ୍‌ ପାର୍ଥ ସାରଥୀ ବିଶୋୟୀଙ୍କ ଘରେ ଗୁରୁବାର ଭିଜିଲାନ୍ସ ଟିମ୍‌ ଚଢାଉ କରୁଛି । ଏନେଇ ମାନ୍ୟବର ସ୍ୱତନ୍ତ୍ର ବିଚାରପତିଙ୍କ ଦ୍ୱାରା ସର୍ଚ୍ଚ ୱାରେଣ୍ଟ ଜାରି ହେବା ପରେ ୨ ଜଣ ଅତିରିକ୍ତ ଏସ୍‌ପି, ୪ ଜଣ ଡିଏସ୍‌ପି, ୬ ଜଣ ଇନସ୍ପେକ୍ଟର, ୬ ଜଣ ଏଏସ୍‌ଆଇଙ୍କ ସମେତ ଅନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଏକକାଳୀନ ୭ଟି ସ୍ଥାନରେ ଚଢାଉ କରାଯାଉଛି ।

କୋରାପୁଟ ଜିଲ୍ଲା ବୋରିଗୁମ୍ମା ଥାନା ଅନ୍ତର୍ଗତ ଚମ୍ପିଆ ଗ୍ରାମରେ ଥିବା ଏସ୍‌ ପାର୍ଥ ସାରଥି ବିଶୋୟୀଙ୍କ ଘର, ସେହି ଗ୍ରାମରେ ଥିବା ତାଙ୍କ ଭାଇ ଏବଂ ସମ୍ପର୍କୀୟଙ୍କ ଘର, ଚମ୍ପିଆ ଗ୍ରାମରେଥିବା ତାଙ୍କ ଆଉ ଏକ ଘର, ଚମ୍ପିଆ ଠାରେ ଥିବା ସାଇ କୃଷ୍ଣ ଏଣ୍ଟରପ୍ରାଇଜେସ୍ ନାମକ କାଜୁ ପ୍ରୋସେସିଂ ୟୁନିଟ୍‌, ବୋରିଗୁମ୍ମାରେ ଥିବା ୩ ମହଲା ବିଶିଷ୍ଟ ଘର, କୋଟପାଡ ବ୍ଲକ ଅନ୍ତର୍ଗତ ବତାସନା ଜି.ପି. ଠାରେ ଥିବା ଅଫିସ୍‌ ଚାମ୍ୱରରେ ଏକକାଳୀନ ଚଢାଉ ଜାରି ରଖିଛି ଭିଜିଲାନ୍ସ ଟିମ୍ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking