30.1 C
Bhubaneswar
Thursday, February 5, 2026
Homeଓଡିଶା୨୦୨୭ ସୁଦ୍ଧା ୨୫ ଲକ୍ଷ “ଲକ୍ଷପତି ଦିଦି” ସୃଷ୍ଟି : ମୁଖ୍ୟମନ୍ତ୍ରୀ

୨୦୨୭ ସୁଦ୍ଧା ୨୫ ଲକ୍ଷ “ଲକ୍ଷପତି ଦିଦି” ସୃଷ୍ଟି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :ଜାତୀୟ ଗ୍ରାମୀଣ ଜୀବିକା ମିଶନ ଅଧୀନରେ ଓଡିଶା ଜୀବିକା ମିଶନ ୨୦୧୨ ମସିହା ଅପ୍ରେଲ ୧ ତାରିଖରୁ କାର୍ଯ୍ୟକାରୀ ହେଉଅଛି । ଏହି ଯୋଜନାର ଆଭିମୁଖ୍ୟ ଅନୁଯାୟୀ ଗ୍ରାମୀଣ ପରିବାରମାନଙ୍କର ଜୀବନ ଜୀବିକାରେ ଉନ୍ନତି ନିମନ୍ତେ ସ୍ଵୟଂ ସହାୟକ ଗୋଷ୍ଠୀ ଗଠନ କରି ପରିବାରର ମହିଳାମାନଙ୍କୁ ସାମିଲ କରାଯାଉଅଛି । ପୁନର୍ବାର ଏହି ସ୍ଵୟଂ ସହାୟକ ଗୋଷ୍ଠୀମାନଙ୍କୁ ବିଭିନ୍ନ ସାମାଜିକ ତଥା ଅର୍ଥନୈତିକ ସହାୟତା ପ୍ରଦାନ କରିବା ପାଇଁ ସେମାନଙ୍କୁ ଗ୍ରାମ ଓ ପଞ୍ଚାୟତସ୍ତରରେ ସଂଗଠିତ କରାଯାଉଅଛି। ଏହି ସ୍ଵୟଂ ସହାୟକ ଗୋଷ୍ଠୀ (SHG), ଆଞ୍ଚଳିକ ମଞ୍ଚ (CLF) ଏବଂ ଗ୍ରାମ ପଞ୍ଚାୟତ ସଂଘ (GPLF)ଗୁଡିକୁ ସୁଦୃଢ ଓ ସଶକ୍ତ କରିବା ପାଇଁ କମ୍ୟୁନିଟି ସପୋର୍ଟ ଷ୍ଟାଫ ମାନଙ୍କୁ ଗ୍ରାମ ପଞ୍ଚାୟତ ସ୍ତରୀୟ ସଂଘ ଦ୍ଵାରା ନିଯୁକ୍ତି ଦିଆଯାଇଥିଲା । କମ୍ୟୁନିଟି ସପୋର୍ଟ ଷ୍ଟାଫମାନଙ୍କ ମଧ୍ୟରେ Community Resource Person for Community Mobilization (CRP-CM), Master Book Keeper (MBK), Bank Mitra ଓ Prani Mitra ଅନ୍ତର୍ଭୁକ୍ତ ଅଟନ୍ତି l ରାଜ୍ୟରେ ମୋଟ ୬୨,୩୪୧ ଜଣ କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କୁ ନିଯୁକ୍ତ କରାଯାଇଥିଲା ।ଓଡିଶା ଜୀବିକା ମିଶନର ପତ୍ର ସଂଖ୍ୟା ୫୭୪, ତାରିଖ ୨୫.୦୨.୨୦୧୯ରେ କମ୍ୟୁନିଟି ସପୋର୍ଟ ଷ୍ଟାଫମାନଙ୍କର ପାରିଶ୍ରମିକ ସମ୍ବନ୍ଧୀୟ ନିର୍ଦ୍ଦେଶାବଳୀ ଜାରି କରଯାଇଥିଲା । ଏହି ନିର୍ଦ୍ଦେଶାବଳୀ ଅନୁଯାୟୀ ଏହି କମ୍ୟୁନିଟି ସପୋର୍ଟ ଷ୍ଟାଫମାନଙ୍କର ପାରିଶ୍ରମିକ ବାବଦକୁ ଗ୍ରାମ ପଞ୍ଚାୟତସ୍ତରୀୟ ସଂଘମାନଙ୍କୁ ୨୦୧୯ ଏପ୍ରିଲ ୧ ତାରିଖଠାରୁ ପାଞ୍ଚ ବର୍ଷ ପର୍ଯ୍ୟନ୍ତ ବିଭିନ୍ନ ହାରରେ ପାଣ୍ଠି ପ୍ରଦାନ କରିବାର ବ୍ୟବସ୍ଥା କରାଯାଇଥିଲା । ନିଯୁକ୍ତିର ପ୍ରଥମ ତିନି ବର୍ଷ ୧୦୦ ପ୍ରତିଶତ, ଚତୁର୍ଥ ବର୍ଷରେ ୭୫ ପ୍ରତିଶତ ଓ ପଞ୍ଚମ ବର୍ଷରେ ୫୦ ପ୍ରତିଶତ ହିସାବରେ ପାଣ୍ଠି ପ୍ରଦାନ କରିବାର ବ୍ୟବସ୍ଥା ରହିଥିଲା । କମ୍ୟୁନିଟି ସପୋର୍ଟ ଷ୍ଟାଫମାନଙ୍କର ପାରିଶ୍ରମିକ ବାବଦକୁ ଚତୁର୍ଥ ବର୍ଷରେ ୨୫ ପ୍ରତିଶତ, ପଞ୍ଚମ ବର୍ଷରେ ୫୦ ପ୍ରତିଶତ ଏବଂ ପଞ୍ଚମ ବର୍ଷ ପରେ ସମୁଦାୟ ୧୦୦ ପ୍ରତିଶତ ପାଣ୍ଠି ପଞ୍ଚାୟତସ୍ତରୀୟ ସଂଘମାନେ ନିର୍ଦ୍ଦେଶାବଳୀ ଅନୁଯାୟୀ ବହନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା lମାତ୍ର ଏହା ପରିଲକ୍ଷିତ ହେଉଅଛି ଯେ, ବିଗତ ସରକାରଙ୍କ ଇଛା ଶକ୍ତିର ଅଭାବ ଯୋଗୁ GPLF ମାନେ ସ୍ୱୟଂ ସମ୍ପୂର୍ଣ୍ଣ ହୋଇ ପାରି ନାହାନ୍ତି । ତେଣୁ, କମ୍ୟୁନିଟି ସପୋର୍ଟ ଷ୍ଟାଫମାନେ ଦଶ ମାସ ଧରି ପାରିଶ୍ରମିକ ପାଇ ପାରିନାହାନ୍ତି lଆମ ସରକାର ମା’ମାନଙ୍କର ସମସ୍ୟା ପ୍ରତି ସମ୍ବେଦନଶୀଳ ଅଛନ୍ତି l ସ୍ଵୟଂ ସହାୟକ ଗୋଷ୍ଠୀର ମହିଳାଙ୍କର ଆର୍ଥିକ ଅଭିବୃଦ୍ଧି କରାଇବା ଲକ୍ଷ୍ୟ ନେଇ “ଲକ୍ଷପତି ଦିଦି ଯୋଜନା” କାର୍ଯ୍ୟକାରୀ ହେଉଅଛି l ଏହି ଯୋଜନାରେ ଅଧିକରୁ ଅଧିକ ସ୍ଵୟଂ ସହାୟକ ଗୋଷ୍ଠୀର ମହିଳା ସଦସ୍ୟାଙ୍କୁ ବାର୍ଷିକ ଏକ ଲକ୍ଷ ଟଙ୍କାର ରୋଜଗାରକ୍ଷମ କରାଇବା ପାଇଁ ପ୍ରୟାସ କରାଯାଉଅଛି । ରାଜ୍ୟ ସରକାର ୨୦୨୭ ମସିହା ସୁଦ୍ଧା ୨୫ ଲକ୍ଷ “ଲକ୍ଷପତି ଦିଦି” ସୃଷ୍ଟି କରିବାପାଇଁ ଲକ୍ଷ୍ୟ ରଖିଛନ୍ତି ।ଏତଦ୍ ବ୍ୟତୀତ ମହିଳା ମାନଙ୍କୁ ସ୍ୱାବଲମ୍ବୀ କରି ସମୃଦ୍ଧ ଓଡିଶା ଗଢିବା ଆମ ସରକାରଙ୍କ ଉଦ୍ଦେଶ୍ୟ । ଏଥିପାଇଁ କମ୍ୟୁନିଟି ସପୋର୍ଟ ଷ୍ଟାଫ ମା’ ମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ତେଣୁ, ସେମାନଙ୍କର ସମସ୍ୟାର ସମାଧାନ କରିବା ପାଇଁ, ଆମ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । “ଲକ୍ଷପତି ଦିଦି ସହାୟିକା ଯୋଜନା” ନାମକ ଏକ ନୂତନ ଯୋଜନା ମୁଁ ଘୋଷଣା କରୁଛି l ଏହି ଯୋଜନା ମାଧ୍ୟମରେ କମ୍ୟୁନିଟି ସପୋର୍ଟ ଷ୍ଟାଫମାନଙ୍କର ପାରିଶ୍ରମିକ ବାବଦ ଅର୍ଥ ବର୍ତ୍ତମାନ ପାଇଁ ସରକାର ବହନ କରିବେ ଏବଂ ଏଥିପାଇଁ GPLF ମାନଙ୍କୁ ଅନୁଦାନ ପ୍ରଦାନ କରିବେ l ଏହି ନିଷ୍ପତ୍ତି ଦ୍ଵାରା ୬୨ ହଜାରରୁ ଉର୍ଦ୍ଧ୍ଵ କମ୍ୟୁନିଟି ସପୋର୍ଟ ଷ୍ଟାଫ ଲାଭବାନ ହେବେ ଏବଂ ସେମାନେ ଏପ୍ରିଲ ୨୦୨୪ ଠାରୁ ତାଙ୍କର ପାରିଶ୍ରମିକ ପାଇବେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking