25.1 C
Bhubaneswar
Saturday, December 20, 2025
Homeଓଡିଶାଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ କୃତୀ ପ୍ରତିଯୋଗୀ ପୁରସ୍କୃତ

ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ କୃତୀ ପ୍ରତିଯୋଗୀ ପୁରସ୍କୃତ

ଭୁବନେଶ୍ବର :ଓଡ଼ିଶା ବିଜ୍ଞାନ ଏକାଡେମୀ ଦ୍ଵାରା ରାଜ୍ଯର ବିଭିନ୍ନ ଜିଲ୍ଲାର ବିଜ୍ଞାନ ଶିକ୍ଷକ ଓ ଛାତ୍ରଛାତ୍ରୀମାନଙ୍କୁ ନେଇ ଭାବବିନିମୟ କାର୍ଯ୍ୟକ୍ରମ ଆଜି ଉଦଯାପିତ ହୋଇଯାଇଛି । ସିରିପୁରସ୍ଥିତ ଇମେଜ୍ ପରିସରରେ ଆୟୋଜିତ ଏହି ତିନିଦିନିଆ କାର୍ଯ୍ୟକ୍ରମର ଉଦଯାପନୀ ଉତ୍ସବରେ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ମୁଖ୍ଯ ଅତିଥି ଭାବେ ଯୋଗଦେଇ ବିଜ୍ଞାନର ଆବଶ୍ଯକତା ଓ ପ୍ରୟୋଗ ଉପରେ ଆଲୋକପାତ କରିଥିଲେ । ବିଜ୍ଞାନ ଓ ମାନବସମାଜ ପରସ୍ପରର ପରିପୂରକ ବୋଲି ମନ୍ତ୍ରୀ ଶ୍ରୀ ପାତ୍ର ଅଭିହିତ କରିଥିଲେ । ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଜ୍ଞାନ ସମ୍ପର୍କିତ ନୂତନ ଜାଗରଣ ସୃଷ୍ଟି କରାଗଲେ ଭବିଷ୍ଯତ ପିଢ଼ି ସୁରକ୍ଷିତ ହୋଇପାରିବ ବୋଲି ସେ କହିବା ସହ ଓଡ଼ିଶା ବିଜ୍ଞାନ ଏକାଡେମୀର ଉଦ୍ୟମକୁ ଭୂୟସୀ ପ୍ରଶଂସା କରିଥିଲେ ।ଏହି ତିନିଦିନିଆ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବକ୍ତୃତା, ପ୍ରବନ୍ଧ, ସାଧାରଣ ଜ୍ଞାନ, ଚିତ୍ରାଙ୍କନ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଛାତ୍ରଛାତ୍ରୀମାନଙ୍କୁ କ୍ଷେତ୍ରସ୍ତରୀୟ ପରିଦର୍ଶନରେ ନିଆଯାଇ ସେମାନଙ୍କୁ ପ୍ରୟୋଗାତ୍ମକ ଜ୍ଞାନ ପ୍ରଦାନ କରାଯାଇଥିଲା । ଏଥି ସହ ଓକାକ୍ ଦ୍ଵାରା କମ୍ପୁ୍ଯଟର ଶିକ୍ଷା ଓ ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଜ୍ଞାନଭିତ୍ତିକ କାର୍ଯ୍ୟକ୍ରମର ଉପସ୍ଥାପନା କରାଯାଇଥିଲା । ବିଭିନ୍ନ ଜିଲ୍ଲାର ଛାତ୍ରଛାତ୍ରୀମାନେ ସେମାନଙ୍କ ବିଜ୍ଞାନ ପ୍ରକଳ୍ପଗୁଡ଼ିକୁ ପ୍ରଦଶିର୍ତ କରିଥିଲେ । ଗତ ଦୁଇଦିନ ଧରି ବିଶିଷ୍ଟ ବୈଜ୍ଞାନିକ, ଶିକ୍ଷାବିତ୍ ଓ ପ୍ରଶାସନିକ ଅଧିକାରୀମାନେ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କ ସହ ଭାବବିନିମୟ କରିଥିଲେ ।ଆଜି ଉଦଯାପନୀ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ସେମାନଙ୍କ ମତାମତ ଉପସ୍ଥାପନ କରିଥିଲେ। ବିଭିନ୍ନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀ ଏବଂ ଶ୍ରେଷ୍ଠ ପ୍ରକଳ୍ପଗୁଡ଼ିକ ପାଇଁ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ଓଡ଼ିଶା ବିଜ୍ଞାନ ଏକାଡେମୀର ସଭାପତି ପ୍ରଫେସର ବିଭୂତି ଭୂଷଣ ମିଶ୍ର ସ୍ବାଗତ ଭାଷଣ ପ୍ରଦାନ କରିଥିବାବେଳେ ସଂପାଦକ ପ୍ରଫେସର ଆଶିଷ କୁମାର ମହାନ୍ତି ଧନ୍ଯବାଦ ଅର୍ପଣ କରିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking