ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ଗୋଟିଏ ସ୍ଥାନରେ ୨ଟି ଦୁର୍ଘଟଣା ହୋଇଛି । ଦୁର୍ଘଟଣାରେ ୮ ଜଣଙ୍କର ମୃତ୍ୟୁ ହୋଇଛି । ଜୌନପୁର ବଦଲାପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । କୁମ୍ଭମେଳାକୁ ଯାଉଥିବା ଏକ ବସ ଟ୍ରକକୁ ଧକ୍କା ଦେବାରୁ ୫ ଜଣଙ୍କ ମୃତ୍ୟୁ ହୋଇଛି । ସମାନ ସ୍ଥାନରେ ଆଉ ଏକ ମିନି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି । ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ଆହତ ହୋଇଥିବା ଲୋକମାନଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି ।










