ଭୁବନେଶ୍ୱର : ଆଜି ଜାଗର। ଦେବାଦି ଦେବ ମହାଦେବଙ୍କ ଭକ୍ତଙ୍କ ପାଇଁ ବିଶେଷ ଦିନ। ମହାଶିବରାତ୍ରୀ ପାଇଁ ମାଟିରୁ ଆକାଶ ସବୁଠି ଶିବମୟ, ହର ହର ମହାଦେବ ନାରାରେ ପ୍ରକମ୍ପିତ ହେୁଛି ଲିଙ୍ଗରାଜରୁ ଲୋକନାଥ ଓ ଧବଳେଶ୍ବରରୁ କପିଳାସ ପୀଠ। ରାତି ୧୦ଟାରେ ମହାଦୀପ ଉଠିବା ପାଇଁ ସହମତି ହୋଇଛି । ରାତି ୧୦ଟାରେ ମହାଦୀପ ଉଠିବା ପାଇଁ ସହମତି ହୋଇଛି । ସକାଳୁ ମନ୍ଦିରରେ ପହଞ୍ଚି ସୁରକ୍ଷା ଦାୟିତ୍ଵ ର ତଦାରଖ କରିଛନ୍ତି ଦୁଇ ଡିସିପି ଜଗମୋହନ ମିନ୍ନା ଓ ପିନାକ ମିଶ୍ର । ସୁରକ୍ଷା ଦାୟିତ୍ବରେ ମୁତୟନ ଅଛନ୍ତି ୪୮ ପ୍ଲାଟୁନ ଫୋର୍ସ । ଏହାସହ ୪ ଡିସିପି ପାହ୍ୟା ଅଧିକାରୀ, ୫ ଅତିରିକ୍ତ ଡିସିପି ପାହ୍ୟା ଅଧିକାରୀ, ୧୫ ଏସିପୀ, ୨୮ ଇନ୍ସପେକ୍ଟର ଏବଂ ୧୨୨ ଏସଆଇ ସୁରକ୍ଷା ଦାୟିତ୍ବରେ ଅଛନ୍ତି । ସୁରକ୍ଷାକୁ ଦୃଷ୍ଟିରେ ରଖି ବ୍ୟରିକେଡ ମଧ୍ୟରେ ଭକ୍ତଙ୍କୁ ଦର୍ଶନ କରିବାକୁ ଛଡାଯାଉଛି ।










