23.1 C
Bhubaneswar
Sunday, February 8, 2026
Homeଓଡିଶାମହାଶିବରାତ୍ରି ଉପଲକ୍ଷେ ନବୀନଙ୍କ ଶୁଭେଚ୍ଛା

ମହାଶିବରାତ୍ରି ଉପଲକ୍ଷେ ନବୀନଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଆଜି ପବିତ୍ର ମହା ଶିବରାତ୍ରି ତଥା ଜାଗର । ମହାଶିବରାତ୍ରି ଅବସରରେ ଚଳଚଞ୍ଚଳ ହୋଇପଡ଼ିଛି ରାଜ୍ୟର ସମସ୍ତ ଶୈବପୀଠ । ଜାଗର ଉପଲକ୍ଷେ ବିଭିନ୍ନ ଶୈବପୀଠ ସ୍ୱତନ୍ତ୍ର ନୀତିକାନ୍ତି ଓ ପୂଜାର୍ଚ୍ଚନା ଅନୁଷ୍ଠିତ ହେଉଛି। ଭୋରୁ ରାଜ୍ୟର ସମସ୍ତ ଶୈବପୀଠରେ ଶ୍ରଦ୍ଧାଳୁ ଦର୍ଶନ କରୁଛନ୍ତି। ତେବେ ପବିତ୍ର ମହା ଶିବରାତ୍ରି ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।ସୋସିଆଲ ମିଡ଼ିଆ ଟ୍ବିଟରରେ ନବୀନ କହିଛନ୍ତି ‘ ପବିତ୍ର ମହାଶିବରାତ୍ରୀ ତଥା ଜାଗର ଅମାବାସ୍ୟାର ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି। ମହାଦେବଙ୍କ କରୁଣା ସଭିଙ୍କ ଉପରେ ରହିଥାଉ। ଓଁ ନମଃ ଶିବାୟ’। ଅନ୍ୟପଟେ ରାଜ୍ୟର ପ୍ରମୁଖ ଶୈବପୀଠ ଭୁବନେଶ୍ବର ଲିଙ୍ଗରାଜ, ପୁରୀର ଶ୍ରୀଲୋକନାଥ ପୀଠ, ରାଉରକେଲାର ବେଦବ୍ୟାସ, ଆଠଗଡର ଧବଳେଶ୍ବର, ଢେଙ୍କାନାଳର କପିଳାସ, ଆରଡିର ଆଖଣ୍ଡଳମଣି, ବାଲେଶ୍ବରର ପଞ୍ଚଲିଙ୍ଗେଶ୍ବର, ଜଳେଶ୍ବରର ଚନ୍ଦନେଶ୍ବର, ଭୋଗରାଇର ଭୁଷଣ୍ଡେଶ୍ବର, ନୟାଗଡ଼ର ଲଢୁବାବା, କୋରାପୁଟର ଗୁପ୍ତେଶ୍ବର ଭଳି ଶୈବ ପୀଠରେ ମହାଶିବରାତ୍ରୀ ଆଡ଼ମ୍ବରର ସହ ପାଳନ କରାଯାଉଛି । ସମସ୍ତ ଶୈବପୀଠରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଗହଳି ଦେଖିବାକୁ ମିଳୁଛି । ଭକ୍ତମାନେ ଯେପରି ଶୃଙ୍ଖଳିତ ଦର୍ଶନ କରିପାରିବେ ସେଥିପାଇଁ ବ୍ୟାରିକେଡ୍, ସ୍ବତନ୍ତ୍ର ପୁଲିସ କଣ୍ଟ୍ରୋଲ ରୁମର ବ୍ୟବସ୍ଥା କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking