32.1 C
Bhubaneswar
Sunday, March 22, 2026
Homeଓଡିଶାବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଉତ୍ତମ ମହାନ୍ତି ଥିଲେ ଓଡ଼ିଆ ସିନେ ଜଗତର ଧ୍ରୁବ ତାରା ସଦୃଶ। ଦୀର୍ଘ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ସେ ଓଡ଼ିଆ ସିନେମା ଜଗତର ଥିଲେ ଅପ୍ରତିଦ୍ଵନ୍ଦୀ ନାୟକ। ଓଡ଼ିଆ କଳା ଜଗତର ସେ ଥିଲେ ଆଇକନ। ଓଡ଼ିଆ ସହିତ ଅନେକ ବଙ୍ଗାଳୀ ଓ ଏପରିକି ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରି ସେ ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ଏକ ଉଚ୍ଚ ସ୍ତରକୁ ନେଇଥିଲେ। ତାଙ୍କ ବିୟୋଗ ଓଡ଼ିଆ କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସମ୍ପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ପରଲୋକ ଗତ ଆତ୍ମାର ସଡଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ର ପରିବାର ବର୍ଗଙ୍କ ପାଇଁ ସମ ବେଦନା ପ୍ରକାଶ କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking