ଭୁବନେଶ୍ୱର : ପୁଣି ଖୋଲିଲା ନବ ଦାସ ହତ୍ୟା ମାମଲା ଡାଏରୀ । ଝିଅ ଦୀପାଳି ଓ ପୁଅ ବିଶାଳଙ୍କୁ ନୋଟିସ କଲା କ୍ରାଇମବ୍ରାଞ୍ଚ । ମାର୍ଚ୍ଚ ପ୍ରଥମ ସପ୍ତାହ ମଧ୍ୟରେ ହାଜର ହେବାକୁ ଥିଲା ନୋଟିସ । ମାମଲାରେ କ୍ରାଇମବ୍ରାଞ୍ଚ ନିକଟରେ ପକ୍ଷ ରଖିବାକୁ ଉଭୟଙ୍କୁ ନୋଟିସ କରାଯାଇଛି । ନବଙ୍କ ହତ୍ୟାକୁ ନେଇ ଉଭୟଙ୍କ ବୟାନବାଜିକୁ ନେଇ ନୋଟିସ ହୋଇଛି । ମାମଲାରେ ଏବେ ଯାଏଁ କ୍ରାଇମବ୍ରାଞ୍ଚର ତଦନ୍ତ ସମାପ୍ତ ହୋଇନି । ଫାଇନାଲ ଚାର୍ଜସିଟ୍ ଦାଖଲ କରିନି କ୍ରାଇମବ୍ରାଞ୍ଚ ।










