44.1 C
Bhubaneswar
Wednesday, April 22, 2026
Homeଓଡିଶାପଞ୍ଚାୟତିରାଜ ଦିବସ ମାର୍ଚ୍ଚ ୫ରେ ପାଳନ ନକରିବା ଦୁର୍ଭାଗ୍ୟଜନକ: ବିଜେଡି

ପଞ୍ଚାୟତିରାଜ ଦିବସ ମାର୍ଚ୍ଚ ୫ରେ ପାଳନ ନକରିବା ଦୁର୍ଭାଗ୍ୟଜନକ: ବିଜେଡି

ଭୁବନେଶ୍ୱର: ରାଜ୍ୟରେ ପଞ୍ଚାୟତିରାଜ ଦିବସ ଗତ ପ୍ରାୟ ତିନି ଦଶନ୍ଧି ଧରି ମାର୍ଚ୍ଚ ୫ରେ ପାଳିତ ହୋଇ ଆସୁଥିବା ବେଳେ, ରାଜ୍ୟ ସରକାର ଏହାକୁ ମାର୍ଚ୍ଚ ୫ରେ ନକରି ଏପ୍ରିଲ ୨୪ ତାରିଖରେ ପାଳନ କରିବା ନିଷ୍ପତ୍ତି ଦୁର୍ଭାଗ୍ୟଜନକ ଓ ରାଜ୍ୟ ସରକାରଙ୍କ ସଂକୀର୍ଣ୍ଣମନୋଭାବର ପରିଚୟ ବୋଲି ବିଜୁ ଜନତା ଦଳର ସମନ୍ୱୟ କମିଟିର ଅଧ୍ୟକ୍ଷ ଶ୍ରୀ ଦେବୀ ପ୍ରସାଦ ମିଶ୍ର ଏକ ପ୍ରେସ ବିବୃତିରେ କହିଛନ୍ତି। ଦେଶରେ ପଞ୍ଚାୟତିରାଜ ବ୍ୟବସ୍ଥାକୁ ଲାଗୁ କରିବାରେ ଓଡିଶା ଅଗ୍ରଣୀ ରାଜ୍ୟର ମାନ୍ୟତା ପାଇଛି। ଏହା ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ ହୋଇ ପାରିଥିବାରୁ ବିଜୁ ବାବୁଙ୍କ ଜନ୍ମ ଦିବସରେ ପଞ୍ଚାୟତିରାଜ ଦିବସ ପାଳନ ପାଇଁ ତତ୍କାଳୀନ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ବର୍ତ୍ତମାନର ବିଜେପି ସରକାର ଏହି ନିଷ୍ପତିକୁ ବଦଳେଇ ଦେଇ ଓଡ଼ିଶାର ଗୌରବକୁ କ୍ଷୁର୍ଣ୍ଣ କରିଛନ୍ତି। ରାଜ୍ୟ ବିଜେପି ସରକାରଙ୍କ ଏହି ଅବିଚାର ପ୍ରତି ଓଡ଼ିଶାର ଜନ ସାଧାରଣ ବିଚାର କରିବେ ବୋଲି ଶ୍ରୀ ମିଶ୍ର କହିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking