21.1 C
Bhubaneswar
Saturday, December 6, 2025
Homeଓଡିଶା୫ ବୃହତ ଜଳସେଚନ ପ୍ରକଳ୍ପର କାର୍ଯ୍ୟକୁ ତ୍ୱରାନ୍ୱିତ କର : ମୁଖ୍ୟମନ୍ତ୍ରୀ

୫ ବୃହତ ଜଳସେଚନ ପ୍ରକଳ୍ପର କାର୍ଯ୍ୟକୁ ତ୍ୱରାନ୍ୱିତ କର : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଜଳ ସମ୍ପଦ ବିଭାଗର ବିଭିନ୍ନ ଡ୍ୟାମ ଓ ବୃହତ ଜଳସେଚନ ପ୍ରକଳ୍ପ କାର୍ଯ୍ୟ ଉପରେ ସମୀକ୍ଷା କରି ୫ଟି ବୃହତ୍‍ ଜଳସେଚନ ପ୍ରକଳ୍ପ କାମ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ମଙ୍ଗଳବାର ଲୋକସେବା ଭବନରେ ବୈଠକରେ ସୁନ୍ଦରଗଡ଼ ଜିଲ୍ଲାରେ ଇବ ଜଳସେଚନ ପ୍ରକଳ୍ପ, ବରଗଡ଼ ଜିଲ୍ଲାରେ ଅଙ୍ଗ ଜଳସେଚନ ପ୍ରକଳ୍ପ, କେନ୍ଦୁଝର ଜିଲ୍ଲାରେ ଭୀମକୁଣ୍ଡ ବ୍ୟାରେଜ ପ୍ରକଳ୍ପ, ଝାରପଡା ଜଳସେଚନ ପ୍ରକଳ୍ପ, ଓ କାନୁପୁର ଜଳସେଚନ ପ୍ରକଳ୍ପର ବର୍ତ୍ତମାନର ସ୍ଥିତି ଏବଂ ଆଗାମୀ ଦିନରେ ଏହି ପ୍ରକଳ୍ପ ଗୁଡିକ କିପରି ତ୍ୱରାନ୍ୱିତ ହେବ ସେ ବିଷୟରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ଜଳସେଚନ ପ୍ରକଳ୍ପ ଦୀର୍ଘ ଦିନ ଧରି ପ୍ରସ୍ତାବିତ ହେବା ସତ୍ତ୍ୱେ ଆଜି ପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇପାରିନାହିଁ । ତେଣୁ ଏ ଦିଗରେ ତୁରନ୍ତ ପଦକ୍ଷେପ ନେବା ପାଇଁ ଅଧିକାରୀମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ସମସ୍ତ ଅଂଚଳରେ ଚାଷୀମାନଙ୍କ ଜଳସେଚନ ସମସ୍ୟା ଦୂର କରିବା ପାଇଁ ବ୍ୟାରେଜ ଏବଂ ଜଳସେଚନ ପ୍ରକଳ୍ପ କାର୍ଯ୍ୟ ତୁରନ୍ତ କାର୍ଯ୍ୟକାରୀ ହେବା ଆବଶ୍ୟକ । ଉଭୟ ଖରିଫ୍‍ ଏବଂ ରବି ଋତୁରେ ଏହି ପ୍ରକଳ୍ପ ମାଧ୍ୟମରେ ଚାଷୀ ଭାଇଭଉଣୀମାନେ ଉପକୃତ ହେବା ଦରକାର । ଏଥିସହିତ ଉକ୍ତ ଅଂଚଳରେ ଏହି ପ୍ରକଳ୍ପ ମାଧ୍ୟମରେ ପାନୀୟ ଜଳ ଯୋଗାଣକୁ ମଧ୍ୟ ବ୍ୟବସ୍ଥିତ କରାଯାଇ ପାରିବ । ଇବ୍‍ ଜଳସେଚନ ପ୍ରକଳ୍ପ ଦ୍ୱାରା ପ୍ରାୟ ୧,୦୬,୨୭୯ ହେକ୍ଟର ଜମି ଜଳସେଚିତ ହୋଇପାରିବ ।

ସେହିପରି ଅଙ୍ଗ ଜଳସେଚନ ପ୍ରକଳ୍ପ ଦ୍ୱାରା ପ୍ରାୟ ୩୦,୦୦୦ ହେକ୍ଟର, ଭୀମକୁଣ୍ଡ ବ୍ୟାରେଜ ପ୍ରକଳ୍ପ ଦ୍ୱାରା ୩୧,୮୩୫ ହେକ୍ଟର, କେନ୍ଦୁଝରର ଝାରପଡା ଜଳସେଚନ ପ୍ରକଳ୍ପ ଦ୍ୱାରା ୧୭,୫୦୦ ହେକ୍ଟର, ଓ କାନୁପୁର ଜଳସେଚନ ପ୍ରକଳ୍ପ ଦ୍ୱାରା ପ୍ରାୟ ୨୯,୫୭୮ ହେକ୍ଟର ଚାଷଜମିକୁ ଜଳସେଚନର ସୁବିଧା ଯୋଗାଇ ଦିଆ ଯାଇ ପାରିବ । ଏହି ୫ଟି ପ୍ରକଳ୍ପ ଦ୍ୱାରା ସମୁଦାୟ ୨,୧୫, ୧୯୨ ହେକ୍ଟର ଜମିରେ ଜଳସେଚନ ସୁବିଧା ମିଳିପାରିବ । ଏଥିପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ତୁରନ୍ତ ନେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଉନ୍ନୟନ କମିଶନର ତଥା ଜଳ ସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଏବଂ ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking