ଏହାର କୌଣସି ମୂଲ୍ୟ ନାହିଁ ଯେ ତୁମେ କେତେ ଧୀର ଗତିରେ କାମ କରୁଛ, ଯେ ପର୍ଯ୍ୟନ୍ତ ତୁମେ ଅଟକି ନାହଁ ସେ ପର୍ଯ୍ୟନ୍ତ ସଫଳତାର ଲକ୍ଷ୍ୟ ରହିଛି । ନିଜେ ଜବାବ ଦେବା ଦ୍ୱାରା ମଣିଷ କମ୍ ଅନୁତାପ କରିଥାଏ କିନ୍ତୁ ସମୟ ଯେଉଁ ଜବାବ ଦିଏ ମଣିଷ ତା’କୁ ପୂର୍ଣ୍ଣତାର ସହିତ ଅନୁତାପ କରିଥାଏ ।।
କ୍ଷୀର, ଦହି, ଛେନା, ଲହୁଣି ଓ ଘିଅ ଏ ସମସ୍ତେ ଗୋଟିଏ କୁଳରୁ ଜାତ ହୋଇ ମଧ୍ୟ ସମସ୍ତଙ୍କର ସ୍ଵାଦ ଅଲଗା, କାର୍ଯ୍ୟ ଅଲଗା ଓ ମୂଲ୍ୟ ବି ଅଲଗା.. ଶ୍ରେଷ୍ଠତା ଜନ୍ମ ଯୋଗୁଁ ନୂହେଁ, ନିଜ କର୍ମ, ନିଜ କଳା ଓ ଅନ୍ତର୍ନିହିତ ଶକ୍ତିର ସଦୁପଯୋଗ ଦ୍ଵାରା ହୋଇଥାଏ ll
ସତ୍ ଜ୍ଞାନ ଆହୋରଣ କର ଚିନ୍ତା ତୁମକୁ ଖାଇବା ଆଗରୁ ତୁମେ ତାହାର ବିନାଶ କର ,ଲକ୍ଷ୍ୟ ପୂର୍ବରୁ ତୁମେ ଲକ୍ଷ୍ୟସ୍ଥଳରେ ପହଞ୍ଚିବାକୁ ଚେଷ୍ଟାକର ଯେପରି ସମୟ ତୁମକୁ ଅସଫଳତା ଦେବା ପୂର୍ବରୁ ତୁମେ ତାକୁ ଅତିକ୍ରମ କରିଯିବ ll
ଆମକୁ ଆମ ଭାଗ୍ଯ ନିଜକୁ ଲେଖିବାକୁ ପଡିବ,ଏହା କୌଣସି ଚିଠି କି ଦରଖାସ୍ତ ନୁହେଁ ଯେ ଅନ୍ୟ କାହାଦ୍ବାରା ଲେଖେଇ ପାରିବ।
ମଣିଷ ବଡ଼ ହେଇଗଲେ ପିଲାଦିନ ଭୁଲି ଯାଏ, ବିବାହ ପରେ ପିତାମାତାଙ୍କୁ,ପିଲା ହେବା ପରେ ଭାଇଭଉଣୀଙ୍କୁ ଭୁଲି ଯାଏ,ପଇସା ହେଇଗଲେ ଗରିବକୁ ଭୁଲି ଯାଏ ଆଉ ଯେତେବେଳେ ବୁଢ଼ା ହୋଇଯାଏ ସେତେବେଳେ ଭୁଲି ଯାଇଥିବା ସମସ୍ତଙ୍କୁ ମନେ ପକାଇଥାଏ।
ମଣିଷର ତୁମେ ଯେତେ ବଡ଼ ଉପକାର କରନା କାହିଁକି ପରବର୍ତ୍ତୀ ସମୟରେ ତୁମର ସାମାନ୍ୟ ଭୁଲ୍ ହେଲେ ସେ ସେହି ଉପକାର କଥା ଟିକିଏ ମାତ୍ର ମନେ ପକେଇବ ନାହିଁ।
Life ରେ କାହାକୁ କରିଥିବା Help ଭୁଲି ଯାଆନ୍ତୁ କିନ୍ତୁ କାହା ଠାରୁ ପାଇଥିବା Help କେବେ ଭୁଲନ୍ତୁ ନାହିଁ।
ଅଦ୍ୟ ମାର୍ଚ୍ଚ ମାସ ୦୫ ତାରିଖ ୨୦୨୫ ମସିହା (ବୁଧବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-କାଳ
ଫାଲଗୁନ ମାସ- ଶୁକ୍ଳପକ୍ଷ
ତିଥି- ଷଷ୍ଠୀ ଦିବା ଘ୦୧/୦୦ ଗତେ ସପ୍ତମୀ
ନକ୍ଷତ୍ର- କୁର୍ତ୍ତିକା ରାତ୍ରି ଘ୦୧/୫୨ ଗତେ ରୋହିଣୀ
ଚନ୍ଦ୍ର – ମେଷ ଦିବା ଘ୦୮/୫୩ ଗତେ ବୃଷ
ଯୋଗ- ବୈଧୃତି
କରଣ – ତୈତିଳ
ସୌରମାସ- କୁମ୍ଭ ୨୨ ଦିନ ✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୬/୦୮/୨୦
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୦/୩୮
*✧═════•❁❀
ଯୋଗିନୀ ପଶ୍ଚିମେ ଦିବା ଘ୦୧/୦୧ ଗତେ ବୟବ୍ୟେ
ବିଛା ରାଶିର ଘାତଚନ୍ଦ୍ର
ସପ୍ତମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଓ ଷଷ୍ଠୀ ର ଏକୋଦିଷ୍ଟ ଶ୍ରାଦ୍ଧ
କର୍କଟ ରାଶି ର ଘାତବାର
ଅଦ୍ୟ ମୃତେ ଏକ ପାଦ ଓ ରାତ୍ରି ଘ ୦୧/୦୧ ଗତେ ଦ୍ଵୀ ପାଦ ପୁଷ୍କର ଦୋଷ
✧═════•❁❀❁•═══
କାଳବେଳା -ଦିବା ଘ୦୯/୦୧ ଗତେ ଘ୧୦/୩୦ ମଧ୍ୟେ
ବାରବେଳା – ଦିବା ଘ୧୧/୫୮ ଗତେ ଘ୦୧/୨୭ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୪୦ ମଧ୍ୟେ ଓ ଘ୧୧/୨୮ ଗତେ ଘ୦୨/୦୪ ମଧ୍ୟେ ଓ ଘ୦୬/୪୦ ଗତେ ଘ୦୯/୦୪ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୪/୨୮ ଗତେ ଘ୦୫/୫୨ ମଧ୍ୟେ ଓ ରାତ୍ରି ଘ୦୯/୦୫ ଗତେ ଘ୧୦/୪୦ ମଧ୍ୟେ
*
═✧*══•❁❀❁•═════✧
ଅଦ୍ୟ ନିମ୍ବ ଦିବା ଘ ୦୧/୦୧ ଗତେ ତାଳ ଭକ୍ଷଣ ନିଷେଧ
═✧══•❁❀❁•═════✧
ଆଜିର ରାଶିଫଳ
✧═════•❁❀❁•═════
ମେଷ :
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।*
✧═════•❁❀❁•═════
ବୃଷ :
ଆଜି ବାଣିଜ୍ୟ, ବ୍ୟବସାୟ ରେ ଆୟ ସ୍ୱଳ୍ପ ରହିବ । କର୍ମସ୍ଥାନରେ ସହକର୍ମୀଙ୍କ ସହ ମତାନ୍ତର ଓ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପାମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।*
✧═════•❁❀❁•═════
ମିଥୁନ :
ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ପ୍ରକାଶ ପାଇବ । ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ । ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ସ୍ୱକର୍ମରେ ଅବହେଳା କରିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ ।*
✧═════•❁❀❁•═════
କର୍କଟ:
ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ରହିବ। କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ । ମହିଳାମାନେ ସ୍ୱାମୀଙ୍କ ସେବା ଓ ପରିବାରର ସେବାରେ ଦିନଟି ବିତାଇବେ ।*
✧═════•❁❀❁•═════
ସିଂହ :
ଆଜି ସ୍ୱାସ୍ଥ୍ୟଗତ ସମସ୍ୟା ଓ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି। ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସ ହିଟର ବ୍ୟବହାର କାଳରେ ସାବଧାନ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ ଓ ପରିବାରରେ ବିବାଦ ଦେଖାଦେଇପାରେ। ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମ ପ୍ରତି ଅନାଗ୍ରହୀ ହେବେ । ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।*
✧═════•❁❀❁•═════
କନ୍ୟା:
ଅପମାନ, ଅପଯଶ, ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞା କରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ଓ କର୍ମସ୍ଥାନରେ ବାଧାବିଘ୍ନ ଏବଂ ସହକର୍ମୀ, ଉପରିସ୍ଥ କର୍ମ•ରୀ ଅପମାନ ଦେଇପାରନ୍ତି । ବାପାମା’ଙ୍କ ସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଅବହେଳା କରିବେ । ମହିଳାମାନେ ପରିବାରରେ ଅସମ୍ମାନିତ ହେବେ ।*
✧═════•❁❀❁•═════
ତୁଳା
ବନ୍ଧୁବାନ୍ଧବ, ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟଙ୍କ ସାହାଯ୍ୟ ଏବଂ ସହଯୋଗ ପାଇବେ। ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ, ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ।*
✧═════•❁❀❁•═════
ବିଛା
କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ପାଇବେ।*
✧═════•❁❀❁•═════
ଧନୁ :
ଆର୍ଥିକ କ୍ଷତି, ବାଣିଜ୍ୟ ଓ ବ୍ୟବସାୟରେ କ୍ଷତି ପହଞ୍ଚିବ। କର୍ମର ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ । ଧନକୁ ନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଅସ୍ଥିରମନା ହେବେ। ମହିଳାମାନେ ବଦଖର୍ଚ୍ଚି ହେବେ ।*
✧═════•❁❀❁•═════
ମକର :
ବ୍ୟୟ ହେଲେ ମଧ୍ୟ ଆଜି ଦିନରେ ସୁୁଖାଦ୍ୟ, ସୁବ୍ୟସନ ପ୍ରାପ୍ତି ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।*
✧═════•❁❀❁•═════
କୁମ୍ଭ :
ଅଟକିଥିବା କାମ ପୁଣି ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ଅଧିକ ହେବ । ବ୍ୟୟ ଭାର କମ୍ ରହିବ । ହୃତଧନ ଫେରିପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଗ୍ରହୀ ହେବେ । ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ ।*
✧═════•❁❀❁•═════
ମୀନ :
କର୍ମରେ ଉନ୍ନତି ଓ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି । ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ ଆନନ୍ଦିତ ହେବେ ।










