28.1 C
Bhubaneswar
Friday, March 27, 2026
Homeଓଡିଶାପରଲୋକରେ ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ

ପରଲୋକରେ ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ତଥା ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସଙ୍କ ପରଲୋକ ହୋଇଯାଇଛି ବୋଲି ପୁତ୍ର ଅଭିଜିତ ଦାସ ସୂଚନା ଦେଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ଅନନ୍ତ ଗତ କିଛି ଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ଶଯ୍ୟାଶାୟୀ ଥିଲେ। ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ତାଙ୍କର ପରଲୋକ ହୋଇଛି। ୨୦୦୪ରୁ ୨୦୧୯ ପର୍ଯ୍ୟନ୍ତ ୪ଥର ବିଜେଡିରୁ ବିଧାୟକ ଥିଲେ ଅନନ୍ତ । ତାଙ୍କ ପରଲୋକ ପରେ ନିର୍ବାଚନ ମଣ୍ଡଳୀ ସହ ଦଳୀୟ କର୍ମୀଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି ।

୧୯୪୦ ମସିହା ଅଗଷ୍ଟ ୨୮ ତାରିଖରେ ଭୋଗରାଇ ବ୍ଲକ ବାଲିମ ପଞ୍ଚାୟତର କୁରୁଠିଆ ଗ୍ରାମରେ ଜନ୍ମଗ୍ରହଣ କରିଥିବା ଅନନ୍ତ ଏମଏ ଏଲଏଲବି ପାସ୍ କରିବା ପରେ ସରକାରୀ ଚାକିରୀ ପାଇଥିଲେ। ଚାକିରି ଜୀବନରେ ସେ ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀ ଭାବେ ଦାୟିତ୍ବ ତୁଲାଇଥିଲେ। ଚାକିରିରୁ ଅବସର ନେବା ପରେ ସେ ଭୋଗରାଇ ବିକାଶ ପରିଷଦ ଗଠନ କରି ଭୋଗରାଇର ବିକାଶ ପାଇଁ ଅଣ୍ଟା ଭିଡ଼ି ଥିଲେ। ପରେ ଏନସିପିରୁ ତାଙ୍କ ରାଜନୈତିକ ଜୀବନ ଆରମ୍ଭ କରିଥିଲେ। କିନ୍ତୁ ୨୦୦୪ ନିର୍ବାଚନରେ ସେ ବିଜେଡି ଟିକଟରୁ ଲଢି ଭୋଗରାଇର ବିଧାୟକ ଭାବେ ବିଜୟୀ ହୋଇଥିଲେ। ୨୦୦୪ ରୁ ୨୦୧୯ ଯାଏଁ କ୍ରମାଗତ ଭାବେ ସେ ୪/୪ ଟି ନିର୍ବାଚନରେ ଭୋଗରାଇରୁ ବିଧାୟକ ଭାବେ ବିଜୟୀ ହୋଇଥିଲେ। ଏହା ବ୍ୟତୀତ ଓଡ଼ିଶା ସରକାରଙ୍କ ଶିଳ୍ପମନ୍ତ୍ରୀ,ଉଚ୍ଚ ଶିକ୍ଷା ମନ୍ତ୍ରୀ, ସରକାରୀ ଦଳର ମୁଖ୍ୟ ସଚେତକ, ବାଲେଶ୍ଵର ଜିଲ୍ଲା ଯୋଜନା ବୋର୍ଡ଼ର ଅଧ୍ୟକ୍ଷ ପରି ବହୁ ଗୁରୁତ୍ବପୂର୍ଣ୍ଣ ପଦପଦବୀରେ ମଧ୍ୟ ସଫଳତାର ସହ ଦାୟିତ୍ବ ତୁଲାଇଛନ୍ତି। ଭୋଗରାଇର ସାମଗ୍ରିକ ବିକାଶରେ ତାଙ୍କର ଯୋଗଦାନ ଅତୁଳନୀୟ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking