ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ଦାସ ଜଣେ ଲୋକ ପ୍ରିୟ ଜନ ନେତା ଓ ଦକ୍ଷ ପ୍ରଶାସକ ଥିଲେ। ମନ୍ତ୍ରୀ ଓ ବିଧାୟକ ଭାବେ ସେ ରାଜ୍ୟର ଓ ବାଲେଶ୍ଵର ଅଞ୍ଚଳର ବିକାଶ ପାଇଁ ନିଜର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରଖି ଯାଇଛନ୍ତି। ତାଙ୍କ ବିୟୋଗ ଯୋଗୁ ରାଜ୍ୟ ଜଣେ ଅମାୟିକ ଜନ ସେବକଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।










