31.1 C
Bhubaneswar
Thursday, March 19, 2026
Homeଓଡିଶା୬ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି

୬ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଆଗାମୀ ୪-୫ ଦିନ ମଧ୍ୟରେ ସାରା ଓଡ଼ିଶାରେ ତାପମାତ୍ରା ଧୀରେ ଧୀରେ ୩-୫ ଡିଗ୍ରି ସେଲସିୟସ୍ ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା ଅନ୍ତର୍ଗତ ସ୍ୱତନ୍ତ୍ର ରିଲିଫ୍ କମିସନର (ଏସଆର୍ସି) ଜିଲ୍ଲାପାଳମାନଙ୍କୁ ସତର୍କ ସୂଚନା ଜାରି କରିଛନ୍ତି। ବିପଦରେ ଥିବା ୬ ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଏବଂ ବଲାଙ୍ଗୀର ଅନ୍ତର୍ଭୁକ୍ତ। ଏସବୁ ଜିଲ୍ଲାରେ ତାପମାତ୍ରା ରବିବାର ୩୭ ଡିଗ୍ରି ସେଲସିୟସ୍ ଏବଂ ତା’ଠାରୁ ଅଧିକ ପହଞ୍ଚିସାରିଛି।ଆଗାମୀ ପାଞ୍ଚ ଦିନ ମଧ୍ୟରେ ଏହି ଜିଲ୍ଲାଗୁଡ଼ିକର କିଛି ଅଞ୍ଚଳରେ ତାପମାତ୍ରା ପ୍ରାୟ ୪୦ ଡିଗ୍ରି ସେଲସିୟସ୍ କିମ୍ବା ତା’ଠାରୁ ଅଧିକ ବୃଦ୍ଧି ପାଇବାର ସମ୍ଭାବନା ଅଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking