ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ଓ ଏହାର ଆଖପାଖ ଅଞ୍ଚଳରେ କ୍ରୁଟ୍ ଦ୍ୱାରା ୩୭୫ଟି ବସ୍ ଚଳାଚଳ କରୁଛି । ମୋ ବସ୍ ଦୁର୍ଘଟଣାରେ ୧୬ ଜଣ ପ୍ରାଣ ହରାଇଛନ୍ତି । ତେବେ ଇଲେକ୍ଟ୍ରି ବସ ପାଇଁ ସହର ଭିତରେ ଘଣ୍ଟାପ୍ରତି ବେଗ ୩୫ କିମି ରହିଥିବାବେଳେ, ଡିଜେଲ ବସ୍ ପାଇଁ ୪୦ କିମି ପ୍ରତି ଘଣ୍ଟା ରଖାଯାଇଛି । ଏହାସହ ଜାତୀୟ ରାଜପଥରେ ଚାଲୁଥିବା ୧୬ଟି ବସ୍ ପାଇଁ ୫୦ କିମି ପ୍ରତି ଘଣ୍ଟାରେ ଚାଲିବା ପାଇଁ ଧାର୍ଯ୍ୟ କରାଯାଇଛି ବୋଲି ଗୃହରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଉତ୍ତର ରଖିଛନ୍ତି ।