26.1 C
Bhubaneswar
Wednesday, March 11, 2026
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ଯେଉଁମାନେ ଗଢିବାର କ୍ଷମତା ରଖନ୍ତି ସେମାନେ ନିଜେ କେବେ ଭାଙ୍ଗି ପଡନ୍ତି ନାହିଁ, ସବୁଥର ସେମାନେ କିଛି ନା କିଛି ଶିଖନ୍ତି ଏବଂ ଆଗକୁ ବଢନ୍ତି ।*
ମୃତ୍ୟୁ ପ୍ରଶ୍ନ କଲା ଜୀବନକୁ —*
କାହିଁକି ତୁମକୁ ସମସ୍ତେ ଭଲ ପାଆନ୍ତି ?
ଆଉ ମୋତେ ଘୃଣା କରନ୍ତି
ଜୀବନ ହସି ଦେଇ କହିଲା —
କାରଣ ମୁଁ ହେଉଛି ଗୋଟେ ମିଛ ଦୁନିଆ ଆଉ ତୁମେ ଗୋଟିଏ ନିରାଟ ସତ୍ୟ —!!!

ତୁମେ କେତେ ଶିକ୍ଷିତ ତାହା ତୁମ ରୁପ ଦେଖି ନୁହେଁ ତୁମ ଗୁଣରୁ ବୁଝାପଡେ, ତୁମେ କେତେ ସୁନ୍ଦର ତାହା ତୁମ ଡିଗ୍ରୀ ଦେଖି ନୁହେଁ ତୁମ ବ୍ଯବହାରରୁ ପ୍ରକାଶ ପାଏ, ତୁମେ କେତେ ଭଲପାଅ ତାହା ତୁମ ଉପହାର ଦେଖି ନୁହେଁ ଆଚରଣରୁ ଜଣାପଡେ ।

କଥାରେ ନୁହେଁ କାମରେ କରି ଦେଖାନ୍ତୁ କାରଣ ଲୋକମାନେ ଶୁଣିବାକୁ ନୁହେଁ ଦେଖିବାକୁ ପସନ୍ଦ କରିଥାନ୍ତି ।

ସବୁବେଳେ ସମସ୍ତଙ୍କ ପାଇଁ Available ନ ରହି —-
ନିଜକୁ Valuable ବନାଅ ।

ଅଦ୍ୟ ମାର୍ଚ୍ଚ ମାସ ୧୪ ତାରିଖ ୨୦୨୫ ମସିହା (ଶୁକ୍ରବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-କାଳ
ଫାଲଗୁନ ମାସ- ଶୁକ୍ଳପକ୍ଷ
ତିଥି- ପୂର୍ଣ୍ଣିମା ଦିବା ଘ୧୨/୨୬ ଗତେ ପ୍ରତିପଦ
ନକ୍ଷତ୍ର- ପୂର୍ବା ଫାଃ ଦିବା ଘ୦୭/୦୨ ଗତେ ଉତ୍ତରା ଫାଃ
ଚନ୍ଦ୍ର – ସିଂହ ଦିବା ଘ୦୧/୪୧ ଗତେ କନ୍ୟା
ଯୋଗ- ଶୂଳ
କରଣ – ବବ
ସୌରମାସ- ମୀନ ୦୧ ଦିନ ✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୬/୦୧/୨୭
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୩/୧୮
*✧═════•❁❀
ଯୋଗିନୀ ବାୟବ୍ୟେ ଦିବା ଘ୧୨/୨୭ ଗତେ ପୂର୍ବେ
ବୃଷ ରାଶିର ଘାତଚନ୍ଦ୍ର
ବିଛା,ଧନୁ ଓ ମୀନ ରାଶି ର ଘାତବାର
ପୂର୍ଣ୍ଣିମା ର ଏକୋଦିଷ୍ଟ ଓ ପ୍ରତିପଦ ର ପାର୍ବଣ ଶ୍ରାଦ୍ଧ
ଅଦ୍ୟ ମୃତେ ଦିବା ଘ୦୭/୦୨ ଗତେ ଏକ ପାଦ ପୁଷ୍କର ଦୋଷ
✧═════•❁❀❁•═══
କାଳବେଳା ଓ ବାରବେଳା – ଦିବା ଘ୦୮/୫୩ ଗତେ ଘ୧୧/୫୨ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୩୩ ମଧ୍ୟେ ଓ ଘ୦୮/୨୦ ଗତେ ଘ୦୮/୫୨ ମଧ୍ୟେ ଓ ଘ୦୧/୦୮ ଗତେ ଘ୦୨/୪୫ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ରାତ୍ରି ଘ୧୦/୪୧ ଗତେ ଘ୧୧/୩୧ ମଧ୍ୟେ ═✧*══•❁❀❁•═════✧
ଅଦ୍ୟ ଆମିଷ ଦିବା ଘ ୧୨/୨୭ ଗତେ ପାଣିକଖାରୁ ଭକ୍ଷଣ ନିଷେଧ
═════•❁❀❁•═════
ଆଜିର ରାଶିଫଳ
✧═════•❁❀❁•═════
ମେଷ
– ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ | ପରିବାରରେ ମନୋମାଳିନ୍ୟ ଦେଖାଦେବ । ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ | ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ |*
✧═════•❁❀❁•═════
ବୃଷ
– ଆଜି ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ | କର୍ମକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ପ୍ରଶଂସା ମିଳିପାରେ | ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ | ପରିବାରରେ ସଦସ୍ୟଙ୍କ ସହ କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି ।ସାମାଜିକ ପ୍ରତିଷ୍ଠା, ଯଶ କୀର୍ତ୍ତି ମିଳିପାରେ ।*
✧═════•❁❀❁•═════
ମିଥୁନ
– ଆଜି ପରିବାରରେ ସୁଖ-ଶାନ୍ତିରେ ସମୟ କାଟିବେ ।ସ୍ବାସ୍ଥ୍ୟବାନ ରହିବା ସହ ଅର୍ଥପ୍ରାପ୍ତି ହେବ ।ଅଯଥା କଥାରେ ରାଗନ୍ତୁ ନାହିଁ;ନଚେତ ଅସୁବିଧା ହୋଇପାରେ | କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ମିଳିପାରେ ।ବ୍ୟାପାରରେ ପାର୍ଟନରଙ୍କ ସହଯୋଗ ଦ୍ୱାରା ନୂତନ ଯୋଜନାକୁ କାର୍ଯ୍ୟକାରୀ କରି ଲାଭ ମିଳିବ।*
✧═════•❁❀❁•═════
କର୍କଟ
– ଆଜି ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତାବୃଦ୍ଧି କରିପାରେ । କଟୁବାକ୍ୟ କହିବାରୁ ନିକଟ ସମ୍ପର୍କୀୟଙ୍କ ସହ କଳହ ହୋଇପାରେ | ଅଯଥା ଖର୍ଚ୍ଚବୃଦ୍ଧି ଯୋଗୁଁ ଚିନ୍ତିତ ରହିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ନିନ୍ଦା ଅପବାଦ ମିଳିପାରେ | ବ୍ୟାପାରରେ ନୂତନ ନିବେଶରୁ ଦୂରେଇ ରୁହନ୍ତୁ |*
✧═════•❁❀❁•═════
ସିଂହ
– ଆଜି ବ୍ୟାପାରରେ ଦିନଟି ମଧ୍ୟମ ରହିବ ।ପରିବାରରେ ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ନିଜ ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ | ଦୁଃସମ୍ବାଦମିଳିପାରେ ।କାର୍ଯ୍ୟକ୍ଷେତ୍ରରେ ଜରୁରୀ କାଗଜପତ୍ରରେ ଭୁଲ ହେବାରୁ ଚିନ୍ତିତ ରହିବେ |*
✧═════•❁❀❁•═════
କନ୍ୟା
– ଆଜି ଶତ୍ରୁ ପରାଜୟ ହୋଇପାରେ | ବନ୍ଧୁଙ୍କ ସହ ଉତ୍ତମ ସମୟ ବିତେଇବେ | ଆଧ୍ୟାତ୍ମ୍ୟ ଦିଗରେ ସମୟ ନିୟୋଜିତ କରିବେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ କିଛି ନୂଆ ଯୋଜନା ପାଇଁ ବିଦେଶ ଯାତ୍ରା କରିବେ ।ବ୍ୟାପାରରେ ଲାଭବାନ ହେବେ ।ପରିବାରରେ ସୁଖରେ ସମୟ ବିତିବ।*
✧═════•❁❀❁•═════
ତୁଳା
– ବନ୍ଧୁ ପରିଜନଙ୍କ ସହ ଉତ୍ତେଜିତ ହୋଇ ବାର୍ତ୍ତାଳାପ କରନ୍ତୁ ନାହିଁ | ଜିଦି ସ୍ଵଭାଵ ଯୋଗୁଁ କାର୍ଯ୍ୟ ବିଗିଡିଯାଇପାରେ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ବାକବିତଣ୍ଡା ହୋଇପାରେ | ବ୍ୟାପାରରେ ହାନି ହୋଇପାରେ | ପରିବାରରେ ସଦସ୍ୟଙ୍କ ସହ ମନୋମାଳିନ୍ୟ ହୋଇପାରେ ।ଆଜି କୌଣସି ଜରୁରୀ ନିର୍ଣ୍ଣୟ ନିଅନ୍ତୁ ନାହିଁ ।*
✧═════•❁❀❁•═════
ବିଛା
– ଆଜି ନିଜ ବନ୍ଧୁପରିଜନ ଠାରୁ ଉପହାର ମିଳିପାରେ | କୌଣସି ଶୁଭସମାଚାର ପାଇ ମନ ଉଲ୍ଲସିତ ହେବ | କାର୍ଯ୍ୟକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ଦ୍ୱାରା ନିଜ କାମ ସଫଳ ହେବ | ବ୍ୟବସାୟରେ ଉନ୍ନତି ଯୋଗୁଁ ମାନସିକ ଶାନ୍ତି ମିଳିପାରେ | ପରିବାରରେ ସୁଖ-ଆନନ୍ଦରେ ସମୟ ବିତିବା ସହ ଉତ୍ତମ ଭୋଜନ ମିଳିବ ।*
✧═════•❁❀❁•═════
ଧନୁ
– ଆଜି ଶାରୀରିକ ଅସୁସ୍ଥତା ଯୋଗୁଁ ଧନଖର୍ଚ୍ଚ ହୋଇପାରେ | ବାକ-ସଂଯତ ରୁହନ୍ତୁ; ନଚେତ ବାଦବିବାଦ ହୋଇପାରେ | କାର୍ଯ୍ୟକ୍ଷେତ୍ରରେ ଅଳସୁଆମୀ ବୃଦ୍ଧି ହେତୁ ଉଚ୍ଚସ୍ଥଅଧିକାରୀଙ୍କ ଗାଳି ଶୁଣିବାକୁ ପଡିପାରେ | ବ୍ୟାପାରରେ ଦିନଟି ମଧ୍ୟମ ରହିବ | ପରିବାରରେ ତର୍କ-ବିତର୍କ ଯୋଗୁଁ କଳହ ଦେଖାଦେବ ।*
✧═════•❁❀❁•═════
ମକର
– ଆଜି ସାମାଜିକ ମାନ-ସମ୍ମାନ ମିଳିପାରେ | ମିତ୍ରଙ୍କ ସହ ମନୋରଞ୍ଜନ ପାଇଁ ଭ୍ରମଣରେ ଯାଇପାରନ୍ତି | କାର୍ଯ୍ୟକ୍ଷେତ୍ରରେ କୌଣସି ମହିଳା ସହଯୋଗୀ ସାହାଯ୍ୟ କରିବେ | ବ୍ୟାପାରରେ ନୂତନ ନିବେଶ ଲାଭବାନ କରାଇବ | ପରିବାରରେ କୌଣସି ଶୁଭ କାର୍ଯ୍ୟ ଆୟୋଜନରେ ବ୍ୟସ୍ତ ରହିବେ |*

✧═════•❁❀❁•═════
କୁମ୍ଭ
– ଆଜି ପ୍ରତି କ୍ଷେତ୍ରରେ ସୁଫଳ ମିଳିବା ସହ ଧନବୃଦ୍ଧି ହୋଇପାରେ | କୌଣସି ଦୀର୍ଘଦିନ ଧରି ଅଟକିଥିବା କାର୍ଯ୍ୟ ସମ୍ପୂର୍ଣ ହେବାରୁ ମନ ପ୍ରଫୁଲ୍ଲ ରହିବ | ଗୁରୁଜନଙ୍କ ଆଶୀର୍ବାଦ ମିଳିବ | କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ | ବ୍ୟାପାରରେ ନିବେଶ ଶୁଭ ରହିବ | ପରିବାରରେ ସୁଖ-ଆନନ୍ଦରେ ସମୟ କାଟିବେ |*
✧═════•❁❀❁•═════
ମୀନ
– ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ | ଜରୁରୀ କାର୍ଯ୍ୟ କିମ୍ୱା ନିର୍ଣୟ ନିଅନ୍ତୁ ନାହିଁ | କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ | ବ୍ୟାପାରରେ ବାଧା ଆସିପାରେ | ପରିବାରରେ ହଠାତ ପ୍ରତିକ୍ରିୟାଶୀଳ ହେବାରୁ କଥା କଟାକଟି ହୋଇପାରେ |

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking