30.1 C
Bhubaneswar
Tuesday, May 26, 2026
Homeଓଡିଶାସକାଳ ୭ରୁ ୯ଟା ଯାଏଁ ଅଙ୍ଗନୱାଡ଼ି କେନ୍ଦ୍ର ଖୋଲା

ସକାଳ ୭ରୁ ୯ଟା ଯାଏଁ ଅଙ୍ଗନୱାଡ଼ି କେନ୍ଦ୍ର ଖୋଲା

ଭୁବନେଶ୍ୱର : ସକାଳ ୭ରୁ ୯ଟା ଯାଏଁ ଅଙ୍ଗନୱାଡ଼ି ଖୋଲା ରହିବ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସକାଳୁଆ ଅଙ୍ଗନୱାଡ଼ି କେନ୍ଦ୍ର ଖୋଲା ରହିବ। ସକାଳ ୭ରୁ ୯ଟା ଯାଏଁ ଅଙ୍ଗନୱାଡ଼ି ଖୋଲା ରହିବ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

ଖରା ଦିନେ ବିଦ୍ୟୁତ କାଟ୍ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦିନ ୧୧ଟା ରୁ ୫ଟା ଏବଂ ରାତି ୯ଟା ରୁ ସକାଳ ୬ଟା ପର୍ଯ୍ୟନ୍ତ ଯେପରି ବିଦ୍ୟୁତ କାଟ୍ ନ ହୁଏ, ସେଥିପ୍ରତି ଦୃଷ୍ଟି ଦେବାକୁ ସେ ଶକ୍ତି ବିଭାଗକୁ କଡା ନିର୍ଦ୍ଦେଶ ଦେଇଥିଲେ । ଅଘୋଷିତ ବିଦ୍ୟୁତ କାଟ୍ ଯେପରି ନ ହୁଏ, ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ ସେ କହିଥିଲେ। କାଳବୈଶାଖୀ ସମୟରେ ବିଦ୍ୟୁତ ସରବରାହ ବିଚ୍ଛିନ୍ନ ନ ହେବା ପାଇଁ ଆଗୁଆ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ସଭା, ସମିତି ଗୁଡିକୁ ପିକ୍ ଟାଇମ୍‌ରେ ଅନୁମତି ନ ଦେଇ ସକାଳେ ଓ ମଧ୍ୟାହ୍ନ ରେ କରିବା ପାଇଁ ସେ କହିଥିଲେ। ସାଂସଦ ଓ ବିଧାୟକ ମାନଙ୍କୁ ଏ ବିଷୟରେ ଅବଗତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏଥିସହିତ ଖରାଦିନେ ଗ୍ରାମାଞ୍ଚଳରେ ନିଆଁ ଲାଗିବାର ସମ୍ଭାବନା ଥିବାରୁ ଅଗ୍ନିଶମ ବିଭାଗ ସଜାଗ ରହିବାକୁ ସେ କହିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking