17.1 C
Bhubaneswar
Wednesday, February 4, 2026
Homeଓଡିଶା୨୩ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ !

୨୩ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ !

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ୨୩ ତାରିଖ ଯାଏଁ କାଳବୈଶାଖି ପ୍ରଭାବରେ ବର୍ଷା ଘଡଘଡ଼ି ସମ୍ଭାବନା। ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି। କାଳବୈଶାଖୀ ପ୍ରଭାବରେ ଦିନର ସର୍ବୋଚ୍ଚ ତାପମାତ୍ରା ହ୍ରାସ ପାଇଛି। ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ  ହ୍ରାସ ପାଇବ ଦିନର ତାପମାତ୍ରା ।  ଆସନ୍ତା ଦୁଇ ଦିନ ମଧ୍ୟରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ  ହ୍ରାସ ପାଇବ। ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ।

୨୦ ତାରିଖ ସକାଳଠାରୁ ୨୧ ତାରିଖ ପୂର୍ବାହ୍ନ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ୨୧ ତାରିଖ ପୂର୍ବାହ୍ନରୁ ୨୨ ତାରିଖ ସକାଳ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକରେ କାଳବୈଶାଖୀର ପ୍ରଭାବ ଅଧିକ ରହିବାକୁ ଥିବା ବେଳେ ବରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ଼, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାର କେତେକ ସ୍ଥାନରେ ଝଡ଼ବର୍ଷା ହୋଇପାରେ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking