16.1 C
Bhubaneswar
Saturday, December 20, 2025
Homeଓଡିଶାପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ

ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ

ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲା ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଶୁକ୍ରବାର ପରଲୋକ ହୋଇଯାଇଛି। ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିବା ଜଣାଯାଇଛି। ସ୍ୱର୍ଗତଃ ଦେବେନ୍ଦ୍ର ଶର୍ମା ତୃଣମୂଳ ସ୍ତରରେ ଜଣେ ଭଲ ସଂଗଠକ ଥିଲେ। ସେ କଂଗ୍ରେସ ଟିକେଟ୍‌ରେ ପଞ୍ଚଦଶ ବିଧାନସଭା(୨୦୧୪-୧୯)କୁ ନିର୍ବାଚିତ ହୋଇଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୬୬ ବର୍ଷ ହୋଇଥିଲା। ୨୦୧୪ରେ କଂଗ୍ରେସରୁ ନିର୍ବାଚିତ ହୋଇଥିଲେ ଦେବେନ୍ଦ୍ର ଶର୍ମା। ତାଙ୍କ ବିୟୋଗରେ ପିସିସି ସଭାପତି ଭକ୍ତ ଚରଣ ଦାସ ଗଭୀର ଶୋକ ପ୍ରକାଶ କରିଛନ୍ତି। ଆଳିର ପୂର୍ବତନ ବିଧାୟକ ଡ. ଦିବାକର ଶର୍ମାଙ୍କ ପୁଅ ତଥା କବିରାଜ ଜଗନ୍ନାଥ ଶର୍ମାଙ୍କ ନାତି ହେଉଛନ୍ତି ଦେବେନ୍ଦ୍ର। ସେ ୧୯୫୯ ମସିହା ମାର୍ଚ୍ଚ ୧୮ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ। ମୟୂରଭଞ୍ଜ ଆଇନ ମହାବିଦ୍ୟାଳୟରୁ ସେ ଆଇନରେ ସ୍ନାତକ ଡିଗ୍ରୀ ହାସଲ କରିଥିଲେ। ଏହା ସହିତ ସେ ବିଜ୍ଞାନରେ ମଧ୍ୟ ସ୍ନାତକ ଡିଗ୍ରୀ ହାସଲ କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking