22.1 C
Bhubaneswar
Tuesday, December 16, 2025
Homeଓଡିଶାମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ: ବାଙ୍ଗିରିପୋଷି ଓ ବିଶୋଇ ବ୍ଲକ୍‌ର କ୍ଷତିଗସ୍ତ ଅଞ୍ଚଳ ପରିଦର୍ଶନ

ମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ: ବାଙ୍ଗିରିପୋଷି ଓ ବିଶୋଇ ବ୍ଲକ୍‌ର କ୍ଷତିଗସ୍ତ ଅଞ୍ଚଳ ପରିଦର୍ଶନ

ଭୁବନେଶ୍ୱର: ମୟୂରଭଞ୍ଜ ଜିଲ୍ଲାରେ କାଳବୈଶାଖୀ ଜନିତ କୁଆପଥର ବର୍ଷାରେ ବ୍ୟାପକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିବାବେଳେ ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ ପ୍ରଭାବିତ ଅଞ୍ଚଳ ଗସ୍ତରେ ଯାଇଥିଲେ । ବାଙ୍ଗିରିପୋଷି ବ୍ଲକ୍‌ର ସୋରାସପୋଷି, ହାଣଦା, ସିଲପୁଞ୍ଜି, ମଣଦା, ମହୁଲବରେଇ ଓ ବିଶୋଇ ବ୍ଲକ୍‌ର ମୂଷାମାରି, ପୁଣ୍ଡିଦା, ଖଡମବେଢ଼ା, ସାରସପଡ଼ା, କେଶରଗଡ଼ିଆ ଆଦି ସ୍ଥାନର ସ୍ଥିତି ବୁଲି ଦେଖିଥିଲେ । ଏହି ଅବସରରେ ମନ୍ତ୍ରୀ ଶ୍ରୀ ପୂଜାରୀ କହିଛନ୍ତି ଯେ କାଳବୈଶାଖୀ ପ୍ରଭାବରେ କ୍ଷତିଗ୍ରସ୍ତ ଘର ମରାମତି ପାଇଁ ଆବଶ୍ୟକ କ୍ଷତିପୂରଣ ଯୋଗାଇ ଦିଆଯିବ ଓ ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବା କ୍ଷତିଗ୍ରସ୍ତ ହିତାଧିକାରୀମାନଙ୍କୁ ମଧ୍ୟ ଅନ୍ତ୍ୟୋଦୟ ଆବାସ ଯୋଜନାରେ ଗୃହ ଯୋଗାଇ ଦିଆଯିବ ।

ମୟୂରଭଞ୍ଜ ଜିଲ୍ଲାର ପ୍ରଭାବିତ ଅଞ୍ଚଳର କ୍ଷୟକ୍ଷତିର ଆକଳନ ଅନୁଯାୟୀ ସରକାରଙ୍କ ପକ୍ଷରୁ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠିରୁ ୧୯ କୋଟି ୬୫ ଲକ୍ଷ ୧୦ ହଜାର ୬୫୮ ଟଙ୍କା ପ୍ରଦାନ କରାଯାଇଛି । କ୍ଷତିଗ୍ରସ୍ତ ଅଞ୍ଚଳରେ ପଲିଥିନ୍‌ ଯୋଗାଇ ଦିଆଯାଇଥିବାବେଳେ ଆଶ୍ରୟ ସ୍ଥଳରେ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି । ମନ୍ତ୍ରୀ ଶ୍ରୀ ପୂଜାରୀ ରିଲିଫ କ୍ୟାମ୍ପ ରେ ଆଶ୍ରୟ ନେଇଥିବା ଲୋକମାନଙ୍କ ସହ ମିଶି ଭୋଜନ କରିବା ସହ ଅସ୍ଥାୟୀ ହେଲିପ୍ୟାଡ଼ ଠାରେ ସ୍ଥିତିର ସମୀକ୍ଷା କରିଥିଲେ ଅସନ୍ତାକାଲି ସୁଦ୍ଧା ଗୃହ ମରାମତି, ଆବଶ୍ୟକ ଲୁଗାପଟା, ବାସନକୁସନ ପାଇଁ ଆର୍ଥୀକ ସହାୟତା ଯୋଗାଇଦେବା ପାଇଁ ନିର୍ଦେଶ ଦେଇଥିଲେ l ଏହି ଅବସରରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂଖୁଣ୍ଟିଆ, ସାରସକଣା ବିଧାୟକ ଶ୍ରୀ ଭାଦବ ହାଁସଦା, କରଞ୍ଜିଆ ବିଧାୟକ ଶ୍ରୀ ପଦ୍ମଚରଣ ହାଇବୁରୁ, ରାଇରଙ୍ଗପୁର ବିଧାୟକ ଶ୍ରୀ ଜଲେନ୍‌ ନାୟକ, ବାଙ୍ଗିରିପୋଷି ବିଧାୟିକା ସଞ୍ଜଳି ମୁର୍ମୁ ଓ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ ପ୍ରମୁଖ ଉପସ୍ଥିତ ଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking