32.1 C
Bhubaneswar
Tuesday, April 28, 2026
Homeଓଡିଶାଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ସହାୟତା

ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ସହାୟତା

ଢେଙ୍କାନାଳ: କାମାକ୍ଷାନଗର ରେକୁଳା ଗାଁ ନିକଟରେ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟଣାରେ ଦୁଃଖ ପ୍ରକାଶ କରିବା ସହ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରାଯାଇଛି ।

ସୂଚନା ଅନୁସାରେ, ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ରେକୁଳା ଗାଁ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ପିଚୁ ଗାଡି ସହ ହାଇଓ୍ବା ଧକ୍କା ହୋଇଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି। ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଠିକା ସଂସ୍ଥାର ଅବହେଳାରୁ ଏଭଳି ଅଘଟଣ ଘଟିଥିବା ଅଭିଯୋଗ ହୋଇଛି। ଉତ୍ତ୍ୟକ୍ତ ଲୋକେ ଘଟଣାସ୍ଥଳରେ ଟାୟାର ଜାଳି ରାସ୍ତାରୋକ କରିଥିବା ଦେଖିବାକୁ ମିଳିଛି। ଫଳରେ ଢେଙ୍କାନାଳ-କାମାକ୍ଷାନଗର ମୁଖ୍ୟ ରାସ୍ତାରେ ଯାତାୟତ ବାଧାପ୍ରାପ୍ତ ହୋଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking