28.1 C
Bhubaneswar
Monday, February 23, 2026
Homeଓଡିଶାଆଜି ମହାପ୍ରଭୁଙ୍କର ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ଆଜି ମହାପ୍ରଭୁଙ୍କର ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଚୈତ୍ର ମାସ ଶୁକ୍ଳପକ୍ଷ ଦ୍ବିତୀୟା ତିଥିରେ ଶ୍ରୀଜୀଉମାନଙ୍କର ଖସାପଡ଼ା ନୀତି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଶ୍ରୀମନ୍ଦିରରେ ଅପରାହ୍ଣ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ପ୍ରାୟ ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ମୁତାବକ, ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ଶେଷ ହେବା ପରେ ଦଇତାପତି ସେବକମାନେ ରତ୍ନସିଂହାସନ ଉପରେ ୪ଘଣ୍ଟା ମହାପ୍ରଭୁଙ୍କ ଏହି ଗୁପ୍ତନୀତି ସମ୍ପାଦନ କରିବେ। ଏହି ନୀତିରେ ମହାପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡ଼ାରେ ଘୋଡ଼ାଇ ଦିଆଯାଏ। ବର୍ଷରେ ଦୁଇରୁ ତିନିଥର ଏହି ନୀତି ସମ୍ପାଦନ କରାଯାଇଥାଏ। ଦେବସ୍ନାନ ପୂର୍ଣ୍ଣମୀ ଓ ଶ୍ରୀଗୁଣ୍ଡିଚା ଯାତ୍ରା ଆଦିରେ ମହାପ୍ରଭୁଙ୍କ ପହଣ୍ଡି ପୂର୍ବରୁ ଖସାପଡ଼ା ନୀତି କରାଯାଇଥାଏ। ଆଜି ଖସାପଡ଼ା ନୀତି ଅନୁଷ୍ଠିତ ହେବ ବୋଲି ଦଇତାପତି ସେବାୟତମାନେ ସୂଚନା ଦେଇଛନ୍ତି। ଏହି ନୀତି ପାଇଁ ରତ୍ନଭଣ୍ଡାର ମରାମତି ଏବଂ ସଂରକ୍ଷଣ ଆଜିଠୁ ଏପ୍ରିଲ ୩ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking