29.1 C
Bhubaneswar
Saturday, February 7, 2026
Homeଓଡିଶାବିଧାନସଭା ବଜେଟ୍‌ ଅଧିବେଶନ ଶେଷ

ବିଧାନସଭା ବଜେଟ୍‌ ଅଧିବେଶନ ଶେଷ

ଭୁବନେଶ୍ବର: ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ତଥା ବଜେଟ୍‌ ଅଧିବେଶନ ଶେଷ ହୋଇଛି। ତିନୋଟି କାର୍ଯ୍ୟ ଦିବସ ପୂର୍ବରୁ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା କରିଛନ୍ତି। ଏହି ଅଧିବେଶନ ୨୮ଟି କାର୍ଯ୍ୟ ଦିବସ ମଧ୍ୟରୁ ୨୫ଟି କାର୍ଯ୍ୟ ଦିବସ ଚାଲିଥିଲା। ଆଗକୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ନଥିବାରୁ ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିବା ଲାଗି ପ୍ରସ୍ତାବ ଆଣିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ, ଯାହାକୁ ସମର୍ଥନ କରିଥିଲେ ଏକାଧିକ ବିଧାୟକ। ପରେ ବାଚସ୍ପତି ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି କରିଥିଲେ।

ଗୃହର ୨୫ତମ କାର୍ଯ୍ୟ ଦିବସରେ ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ-୨୦୨୪ ଏବଂ ରାଜ୍ୟ ରାଜପଥ ପ୍ରାଧିକରଣ ବିଲ-୨୦୨୫ ବିଧାନସଭାରେ ପାରିତ ହୋଇଛି। ସେହିପରି ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଗୃହରେ ପାରିତ ହୋଇଛି। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ବେଶ ଘଟଣା ବହୁଳ ଥିଲା। କଂଗ୍ରେସ ଦଳର ସମସ୍ତ ବିଧାୟକ ପ୍ରଥମ ଥର ପାଇଁ ବିଧାନସଭା ଇତିହାସରେ ଗୃହରୁ ନିଲମ୍ବିତ ହୋଇଥିଲେ। ଏହା ସହ ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ ଏବଂ ରାଜ୍ୟ ରାଜପଥ ପ୍ରାଧିକରଣ ବିଲ ଆଲୋଚନା ବେଳେ ରାତି ତମାମ ଚାଲିଥିଲା ବିଧାନସଭା। ବୁଧବାର ସକାଳ ୧୦.୩୦ ମିନିଟରେ ଆରମ୍ଭ ହୋଇ ଗୃହ ଗୁରୁବାର ସକାଳ ୭ଟା ୫ ପର୍ଯ୍ୟନ୍ତ ଚାଲିଥିଲା

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking