18.1 C
Bhubaneswar
Thursday, February 12, 2026
Homeଓଡିଶାପୁରୀ ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ଅନୁଷ୍ଠିତ ହେବା ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ...

ପୁରୀ ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ଅନୁଷ୍ଠିତ ହେବା ନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ଚଳିତ ବର୍ଷ ପୁରୀର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହିତ ଅନୁଷ୍ଠିତ ହେବା ପାଇଁ ଏକ ପ୍ରସ୍ତୁତି ବୈଠକ ଆଜି ଅପରାହ୍ଣରେ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l
ରଥଯାତ୍ରା ପ୍ରସ୍ତୁତିରେ ଯେପରି କୌଣସି ପ୍ରକାର ତ୍ରୁଟି ନ ହୁଏ, ସେଥିପ୍ରତି ଦୃଷ୍ଟି ଦେଇ କାର୍ଯ୍ୟ କରିବାକୁ ମୁଖ୍ୟ ଶାସନ ସଚିବ ପୋଲିସ ପ୍ରଶାସନ ଓ ସମ୍ପୃକ୍ତ ବିଭାଗମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି l

ବୈଠକରେ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବଙ୍କ ସହିତ ରାଜ୍ୟ ପୁଲିସ ମହା ନିର୍ଦ୍ଦେଶକ ଶ୍ରୀ ୱାଇ. ବି. ଖୁରାନିଆ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡଃ ଅରବିନ୍ଦ କୁମାର ପାଢ଼ୀ, ରାଜ୍ୟ ପ୍ରଶାସନର ସମ୍ପୃକ୍ତ ବିଭିନ୍ନ ବିଭାଗର ସଚିବ, ବରିଷ୍ଠ ପଦାଧିକାରୀ ତଥା ପୁଲିସ ପ୍ରଶାସନର ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିବା ବେଳେ ଆଭାସୀ ମାଧ୍ୟମରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁଙ୍କ ସମେତ ପୂର୍ତ୍ତ ବିଭାଗ ପ୍ରମୁଖ ଶାସନ ସଚିବ, ଜିଲ୍ଲପାଳ, ପୁରୀ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ, ପୁରୀ ଏବଂ ଅନ୍ୟ ପଦାଧିକାରୀ ଉପସ୍ଥିତ ଥିଲେ l

ବୈଠକରେ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହ ଅନୁଷ୍ଠିତ ହେବା ପାଇଁ ଟ୍ରାଫିକ ପରିଚାଳନା ଦୃଷ୍ଟିରୁ ବିଭିନ୍ନ ସ୍ଥାନରେ ସିସିଟିଭି ସ୍ଥାପନ, ଭିଡ଼ ନିୟନ୍ତ୍ରଣ ପାଇଁ ଆବଶ୍ୟକ ସଂଖ୍ୟକ ପୁଲିସ ମୁତୟନ, ଭିଡ଼ ନିୟନ୍ତ୍ରଣ ତଥା ରଥଯାତ୍ରା ପରିଚାଳନା ପାଇଁ ବିଭିନ୍ନ ବିଭାଗର ସେବା ପ୍ରଦାନକୁ ସମନ୍ୱତ କରିବା ପାଇଁ ଇଣ୍ଟିଗ୍ରେଟେଡ଼ କମାଣ୍ଡ କଣ୍ଟ୍ରୋଲ ସେଣ୍ଟର, ଯାନ ବାହନ ପାଇଁ ପାର୍କିଂ ବ୍ୟବସ୍ଥା, ରଥ ନିର୍ମାଣ ପ୍ରସ୍ତୁତି, ରଥଟଣା ସୁବ୍ୟବସ୍ଥା, ବଡଦାଣ୍ଡର ପ୍ରସ୍ତୁତି, ବିଶିଷ୍ଟ ଅତିଥି ମାନଙ୍କ ନିମନ୍ତେ ସ୍ୱତନ୍ତ୍ର ବ୍ୟବସ୍ଥା ଆଦି ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା l

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking