19.1 C
Bhubaneswar
Saturday, February 7, 2026
Homeଓଡିଶାଶାଳୀ ପାଇଁ ଭିଣୋଇଙ୍କୁ ହତ୍ୟା

ଶାଳୀ ପାଇଁ ଭିଣୋଇଙ୍କୁ ହତ୍ୟା

ଦିଗପହଣ୍ଡି: ଗଞ୍ଜାମ ଜିଲା ପାଟପୁର ଥାନା ପି. ସାମନ୍ତରାପୁର ଗ୍ରାମର ହୀନ ପାତ୍ରଙ୍କୁ ହତ୍ୟା ଘଟଣାରେ ପାଟପୁର ପୋଲିସ ବୁଧବାର ଶେରଗଡ଼ ଥାନା ସୁନାନ୍ତର ଗ୍ରାମର ଦୀପକ ଗୌଡ଼ ଏବଂ ଠୁରୁବୁରେଇ ଗ୍ରାମର ପିଙ୍କୁ ସେଠୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଜାମିନ ଆବେଦନ ଖାରଜ ହେବାରୁ ଉଭୟଙ୍କୁ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି ।

ଗତ ମଙ୍ଗଳବାର ସକାଳେ ଶେରଗଡ଼ ବ୍ଲକ କାଳିଆଘାଇ ଗ୍ରାମ ଏବଂ ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗ୍ରାମ ମଧ୍ୟବର୍ତ୍ତୀ ଏକ କେନାଲରୁ ହୀନଙ୍କ ମୃତଦେହକୁ ପାଟପୁର ପୋଲିସ ଜବତ କରିଥିଲେ। ଏନେଇ ହୀନଙ୍କ ଶ୍ୱଶୁର ପି.ମାଧବ ପାତ୍ର ଥାନାରେ ଏତଲା ଦେବାପରେ ଆଇଆଇସି ଦୀପ୍ତି ରଞ୍ଜନ ବେହେରା , ଆସିକା ଏସ୍‌ଡିପିଓ ସନ୍ତୋଷ କୁମାର ଜେନା,ଶେରଗଡ଼ ଥାନା ଆଇଆଇସି ବୀରେନ୍ଦ୍ର ଶିଆଳ ସାଇଣ୍ଟିଫିକ୍‌ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ସବିଶେଷ ତଦନ୍ତ କରିବା ସହ ହୀନଙ୍କ ବାଇକ୍‌, ହେଲମେଟ୍‌,ଚଷମା,୨ଟି ନୂଆ ଶର୍ଟ ଜବତ କରି ଫେରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking