29.1 C
Bhubaneswar
Friday, July 4, 2025
Homeଓଡିଶାମେ’ ୩ ଯାଏ କାଳବୈଶାଖୀ, ଲାଗି ରହିବ ବର୍ଷା

ମେ’ ୩ ଯାଏ କାଳବୈଶାଖୀ, ଲାଗି ରହିବ ବର୍ଷା

ଭୁବନେଶ୍ୱର: ଟ୍ରପ୍ ଲାଇନ୍ ପ୍ରଭାବରେ ରାଜ୍ୟରେ ଆହୁରି ୫ ଜାରି ରହିବ କାଳବୈଶାଖୀ ବର୍ଷା । ସକାଳୁ ଅସହ୍ୟ ଗରମ ଓ ଗୁଳୁଗୁଳି ସହ ଅପରାହ୍ଣରେ ହେବ କାଳବୈଶାଖୀ ବର୍ଷା । ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାରେ ବିଜୁଳି ଘଡ଼ଘଡ଼ି ବର୍ଷା ସହ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ମିଳିଥିବା ସୂଚନା ଅନୁସାରେ ଏହିସବୁ ଜିଲ୍ଲାରେ ୫୦ରୁ ୬୦ କିମି ପବନ ବହିବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଅନୁଗୋଳ, ଢେଙ୍କାନାଳ, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି,ଝାରସୁଗୁଡ଼ା ଓ ଜଗତସିଂହପୁର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ୩୦ରୁ ୫୦ କିମି ପବନ ବହିବାର ସମ୍ଭାବନାକୁ ରହିଛି । ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୁରଭଞ୍ଜ, କେନ୍ଦୁଝର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି ଓ ଢେଙ୍କାନାଳରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଏହାସହ ୪୦ରୁ ୫୦ କିମି ପବନ ବହିବାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ,କନ୍ଧମାଳ, ନବରଙ୍ଗପୁର କୋରାପୁଟ ମାଲକାନଗିରି ଓ ରାୟଗଡ଼ା ଏହି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାହେବାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ । ଏହି ସମୟରେ ପବନର ବେଗ ୩୦ରୁ ୪୦ କିମି ବହିବ । ଅସମ୍ଭାଳ ଗରମ ସହ ଗୁଳୁଗୁଳି ଜାରି ରହିବା ସହ ଆଗାମୀ ୫ ଦିନ ଯାଏ ଅର୍ଥାତ୍ ମେ’ ୩ ତାରିଖ ଯାଏ ଜାରି ରହିବ କାଳବୈଶାଖୀ ବର୍ଷା । ବର୍ତ୍ତମାନ ୨ରୁ ୪ ଡିଗ୍ରୀ ତାପମାତ୍ରା ହ୍ରାସ ପାଇଥିବା ବେଳେ ପୁଣି ୪ ଭିତରେ ୨ରୁ ୪ ଡିଗ୍ରୀ ଯାଏ ତାପମାତ୍ରା ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର । ସୋମବାର ନୂଆପଡ଼ାରେ ୮.୦ ମି.ମି. ବର୍ଷା ହୋଇଥିବା ବେଳେ ରାୟଗଡ଼ାରେ, ୩.୦ ମିମି, ବାଲେଶ୍ୱରରେ ୨.୬ ମିମି, ପାରଳାଖେମୁଣ୍ଡି ଓ ଅନୁଗୋଳରେ ୨ ମିମି ଏବଂ ଢେଙ୍କାନାଳରେ୧.୪ ମିମି ବର୍ଷା ରେକର୍ଡ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking