16.1 C
Bhubaneswar
Saturday, December 6, 2025
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ମାନବ ସେବା ହିଁ ମାଧବ ସେବା*
ମାନବଙ୍କୁ ସେବା କରି ମାଧବଙ୍କୁ ପାଇବା,
ମାଧବ ଆମର ନିଜ ବାପା ମାଆ ମନ୍ଦିରକୁ କିଆଁ ଧାଇଁବା !!
ଆଶା ହିଁ ସବୁବେଳେ ଦୁଃଖର କାରଣ ପାଲଟିଥାଏ, ସେ ଆଶା ଟଙ୍କା ପାଇଁ ହେଉ କିମ୍ବା ସ୍ନେହ, ଶ୍ରଦ୍ଧା ଓ ଭଲପାଇବା ପାଇଁ ହେଉ।

ନିରବତା ଠାରୁ ଉତ୍ତର ଆଉ କିଛି ବି ନାହିଁ, ଆଉ କ୍ଷମା କରିବାଠୁ ଦଣ୍ଡ ଆଉ କିଛି ବି ନାହିଁ ।
ଜୀବନର ପ୍ରତ୍ୟେକ ମୁହୂର୍ତ୍ତକୁ ଖୁସି ଖୁସି ରେ ବଞ୍ଚିବାକୁ ଚେଷ୍ଟା କରନ୍ତୁ କାରଣ ପ୍ରତିଟି ସନ୍ଧ୍ୟାରେ କେବଳ ସୂର୍ଯ୍ୟ ଅସ୍ତ ହୁଏ ନାହିଁ ସମସ୍ତଙ୍କ ଜୀବନର ବହୁମୂଲ୍ୟ ଦିନଟିଏ ବି ଅସ୍ତ ହୋଇଥାଏ।

ଅପେକ୍ଷା ପୂର୍ବରୁ ମିଳିବା ଜିନିଷ ତାର Value ହରେଇ ଦେଇଥାଏ,,,,,,,
ଆଉ ଅପେକ୍ଷା ପରେ ମିଳିବା ଜିନିଷ ତାର Important କମି ଯାଇ ଥାଏ ।

କିଛି ଲୋକ ଉଚ୍ଚତାରେ ପହଞ୍ଚିବାକୁ ଏତେ ତତ୍ପର ଅଟନ୍ତି ଯେ….

ସେମାନେ ଗରିବ ଲୋକଙ୍କ ହାତ ଧରିବା ପରିବର୍ତ୍ତେ ….

ଧନୀ ଲୋକଙ୍କ ପାଦ ଧରିବାକୁ ପସନ୍ଦ କରନ୍ତି….

ଅଦ୍ୟ ମଇ ମାସ ୦୪ ତାରିଖ ୨୦୨୫ ମସିହା (ରବିବାର)
ଶକାବ୍ଦ -୧୯୪୭
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-କାଳ
ବୈଶାଖ ମାସ- ଶୁକ୍ଳପକ୍ଷ
ତିଥି- ସପ୍ତମୀ ଦିବା ଘ ୦୭/୨୪ ଗତେ ଅଷ୍ଟମୀ
ନକ୍ଷତ୍ର- ପୂଷ୍ୟା ଦିବା ଘ୦୧/୪୦ ଗତେ ଅଶ୍ଳେଷା
ଚନ୍ଦ୍ର – କର୍କଟ
ଯୋଗ- ଗଣ୍ଡ
କରଣ – ବାଣିଜ୍ୟ
ସୌରମାସ- ମେଷ ୨୧ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୨୦/୫୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୮/୨୦
*✧═════•❁❀
ଯୋଗିନୀ ବୟବ୍ୟେ ଦିବା ଘ୦୭/୨୪ ଗତେ ଐଶାନ୍ୟେ
ମେଷ ରାଶିର ଘାତବାର
ଅଷ୍ଟମୀ ର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ
ମୃତେ ଦ୍ଵି ପାଦ ଓ ଦିବା ଘ୦୭/୨୪ ଗତେ ଏକ ପାଦ ପୁଷ୍କରଦୋଷ
✧═════•❁❀❁•═══
କାଳବେଳା ଓ ବାରବେଳା- ଦିବା ଘ୧୦/୦୦ ଗତେ ଘ୦୧/୧୧ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୦୬ ଗତେ ଘ୦୯/୧୨ ମଧ୍ୟେ ଓ ରାତ୍ରି ଘ୦୭/୪୪ଗତେ ଘ୦୯/୨୦ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୬/୦୫ ମଧ୍ୟେ ଓ ରାତ୍ରି ଘ୦୬/୫୪ଗତେ ଘ୦୭/୪୨ ମଧ୍ୟେ
* ═✧*══•❁❀❁•═════✧
ଅଦ୍ୟ ତାଳ ଓ ଦିବା ଘ ୦୭/୨୪ ଗତେ ନଡ଼ିଆ ଭକ୍ଷଣ ନିଷେଧ

✧═════•❁❀❁•═════
ଆଜିର ରାଶିଫଳ
✧═════•❁❀❁•═════
ମେଷ
ଆଜି ପାରିବାରିକ ଜୀବନରେ ଛୋଟ ବଡ଼ କେତୋଟି ଘଟଣାକୁ ବାଦ୍‌ ଦେଲେ ପ୍ରାୟତଃ ବିଶେଷ ଅସୁବିଧା ରହିବ ନାହିଁ । କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।*
✧═════•❁❀❁•═════
ବୃଷ
-ଆଜି ପ୍ରାତଃକାଳର ଆପଣଙ୍କ ଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ହେବ । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। କଠୋର ପରିଶ୍ରମଜନିତ କାରଣରୁ ଶାରୀରିକ ଅସୁସ୍ଥତା ହୋଇପାରେ।*
✧═════•❁❀❁•═════

ମିଥୁନ
-ଆଜି ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ଲାଗି ରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ । ଆର୍ଥିକ ସମସ୍ୟାର ସମାଧାନ କରିବା ସମ୍ଭାବନା ରହିଛି । ବ୍ୟବସାୟ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି, ବାସ୍ତବରେ ସେପରି କିଛି ହେବନି ।*
✧═════•❁❀❁•═════

କର୍କଟ
-ଆଜି ଅର୍ଥ ସମ୍ପର୍କିତ ସମସ୍ୟା ସୃଷ୍ଟି ହେବ। ନିଜ ନିଜର ଫାଇଦା ହାସଲ ପାଇଁ ବନ୍ଧୁମାନେ ମନଲୋଭା କଥା କହି ପାରନ୍ତି । ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ଉଦ୍‌ବେଗର କାରଣ ହେବ। କର୍ମକ୍ଷେତ୍ରରେ ବ୍ୟସ୍ତବହୁଳତା ଲାଗି ରହିପାରେ।*
✧═════•❁❀❁•═════

ସିଂହ
-ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ ଅବଶ୍ୟ ଆତ୍ମୀୟସ୍ବଜନମାନଙ୍କ ସାହାଯ୍ୟର ପ୍ରତିଶ୍ରୁତି ଆପଣଙ୍କୁ ନୂତନ କର୍ମାରମ୍ଭ ପାଇଁ ପ୍ରେରଣା ପ୍ରଦାନ କରିବ। ପ୍ରତ୍ୟେକ କ୍ଷେତ୍ରରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ।*
✧═════•❁❀❁•═════
କନ୍ୟା
-ଆଜି ବାଣିଜ୍ୟ, ବ୍ୟବସାୟ, ଚେଷ୍ଟା କରୁଥିବା କାମରେ ଶୁଭଫଳ ପାଇବେ । କାର୍ଯ୍ୟବ୍ୟସ୍ତ ଯୋଗୁ ମିଶିବାକୁ ଆସିଥିବା ବନ୍ଧୁଙ୍କ ସହ ଆଲୋଚନା କରିବାକୁ ସମୟ ପାଇବେ ନାହିଁ । ବ୍ୟବସାୟିକ କ୍ଷେତ୍ରରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇପାରନ୍ତି।*

✧═════•❁❀❁•═════
ତୁଳା
-ଆଜି ଶିକ୍ଷା, ସମ୍ପର୍କ ଓ ଆଲୋଚନା କ୍ଷେତ୍ରରେ କେତେକ ବ୍ୟତିକ୍ରମର ସୂଚନା ରହିଛି। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। କଳା,ସାହିତ୍ୟ, ସାମ୍ବାଦିକତା ତଥା ସାହିତ୍ୟ ଓ ଆଧ୍ୟାତ୍ମିକତା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।*
✧═════•❁❀❁•═════

ବିଛା
-ପାରିବାରିକ ସମସ୍ୟା ମାନସିକ ସ୍ଥିତିକୁ କଳୁଷିତ କରିପାରେ । କୌଣସି କାର୍ଯ୍ୟ ସମ୍ପନ୍ନ କରିବା କ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ କରିବେ। କର୍ମକ୍ଷେତ୍ରରେ ଶତ୍ରୁ ଉପଦ୍ରବ କ୍ରମଶଃ ହ୍ରାସ ପାଇବାର ଅନୁଭବ କରିବେ। ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି।*

✧═════•❁❀❁•═════
ଧନୁ
-ଆଜି ମାନସିକ ଅସ୍ଥିରତା ଲାଗି ରହିବ। ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବା କାରଣରୁ ବ୍ୟବସାୟରେ ମନାନ୍ତର ଦେଖାଦେଇପାରେ। ଆପଣଙ୍କ ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ। ଜମିଜମା କାରଣକୁ ନେଇ କୌଣସି ନିକଟ ସମ୍ପର୍କୀୟଙ୍କ ସହ ଯୁକ୍ତିତର୍କ ଲାଗିପାରେ।*
✧═════•❁❀❁•═════

ମକର
-ଆଜି ଆପଣଙ୍କ କଥା ଓ କାମରେ ତାଳମେଳ ରହିବ ନାହିଁ। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ପୂର୍ବ ପରି ରହିବା ହେତୁ ସାମୟିକ ଚିନ୍ତା କରିବେ। ହାତକୁ ନେଇଥିବା ନୂତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇପାରନ୍ତି।*
✧═════•❁❀❁•═════

କୁମ୍ଭ
-ଆଜି ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ନିଶ୍ଚିତ ସଫଳତା ପାଇବେ । କର୍ମକ୍ଷେତ୍ରରେ ହାତ ପାହାନ୍ତାକୁ ସୁଯୋଗ ଆସିଯିବା ହେତୁ ଅଟକି ରହିଥିବା କାମଗୁଡ଼ିକ ତ୍ୱରାନ୍ବିତ ହେବ। ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ ଏବଂ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ।*

✧═════•❁❀❁•═════
ମୀନ
-ଆଜି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ଦୂରହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ଆଜି ସଭାସମିତି, ସତ୍‌ସଙ୍ଗ, ଆଧ୍ୟାତ୍ମିକତା, ରାଜନୀତି, ପ୍ରଶାସନ ପାଇଁ ଭଲ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking