19.1 C
Bhubaneswar
Thursday, February 12, 2026
Homeଦେଶ ବିଦେଶକାନପୁରରେ ଭୟଙ୍କର ଅଗ୍ନିକାଣ୍ଡ: ୫ ମୃତ

କାନପୁରରେ ଭୟଙ୍କର ଅଗ୍ନିକାଣ୍ଡ: ୫ ମୃତ

ନୂଆଦିଲ୍ଲୀ: ରବିବାର ରାତିରେ କାନପୁରର ଚମନଗଞ୍ଜ ଅଞ୍ଚଳରେ ଏକ ପାଞ୍ଚ ମହଲା କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଗୋଟିଏ ପରିବାରର ପାଞ୍ଚ ଜଣ ସଦସ୍ୟଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଜଣେ ଦମ୍ପତି ଏବଂ ସେମାନଙ୍କର ତିନି ପିଲା ରହିଛନ୍ତି । ସର୍ଟ ସର୍କିଟ କାରଣରୁ ଅଗ୍ନିକାଣ୍ଡ ହୋଇଛି ବୋଲି କୁହାଯାଉଛି। ଉଦ୍ଧାର କାର୍ଯ୍ୟରେ ଅଗ୍ନିଶମବାହିନୀ କୁ ନିୟୋଜିତ କରାଯାଇଛି। ୮ ଘଣ୍ଟାର କଠିନ ପରିଶ୍ରମ ପରେ ନିଆଁକୁ ନିୟନ୍ତ୍ରଣ କରାଯାଇଥିଲା

ଗାନ୍ଧୀ ନଗରରେ ଥିବା ଏକ କୋଠାରେ ଅଗ୍ନିକାଣ୍ଡ ଘଟିଥିଲା। କୋଠାର ଉପର ମହଲାରେ ପରିବାର ରହୁଥିଲେ। ସର୍ଟ ସର୍କିଟ  ଯୋଗୁଁ ନିଆଁ ଲାଗିଥିଲା । ଡିସିପି ଦିନେଶ ତ୍ରିପାଠୀ କହିଛନ୍ତି ଯେ ଅଗ୍ନିକାଣ୍ଡ ପରେ ଦୁଇଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।ସୋମବାର ସକାଳ ୫:୩୦ ପର୍ଯ୍ୟନ୍ତ ନିଆଁ ଲିଭାଇବା ପାଇଁ ଉଦ୍ୟମ ଜାରି ରହିଥିଲା। ପ୍ରଥମେ ତିନି ଜଣ ଫସି ରହିଥିଲେ , କିନ୍ତୁ ପରେ ଜଣାପଡିଲା ଯେ କୋଠାରେ ଫସି ରହିଥିବା ସମସ୍ତ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଛି। ଏହା ପରେ, ସର୍ଚ୍ଚ ଅପରେସନ୍ ସମୟରେ ୫ ଜଣଙ୍କୁ ଉଦ୍ଧାର କରାଯାଇଥିଲା। ସମସ୍ତଙ୍କୁ ଡାକ୍ତରଖାନା ଭର୍ତି କରାଯାଇଥିଲା ହେଲେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ରାତି ୮ଟାରେ ଅଗ୍ନିକାଣ୍ଡ ଘଟିଥିଲା।

ଏହି ଘଟଣାରେ ଦୁଃଖ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜିଲ୍ଲା ପ୍ରଶାସନ ଏବଂ ଅଗ୍ନିଶମ ବାହିନୀ ଦଳକୁ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ରିଲିଫ୍ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ସେ ଲକ୍ଷ୍ନୌରୁ SDRFର ଏକ ଦଳ ପଠାଇବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking