23.1 C
Bhubaneswar
Saturday, February 7, 2026
Homeଓଡିଶାଭୁବନେଶ୍ୱର ଏୟାରପୋର୍ଟରେ ହାଇଆଲର୍ଟ

ଭୁବନେଶ୍ୱର ଏୟାରପୋର୍ଟରେ ହାଇଆଲର୍ଟ

ଭୁବନେଶ୍ୱର : ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ତୀବ୍ର ରୂପ ନେଉଥିବାରୁ ଦେଶର ବିଭିନ୍ନ ରାଜ୍ୟର ଏୟାରପୋର୍ଟକୁ ହାଇଆଲର୍ଟ ଜାରି କରାଯାଇଛି। ସେହିପରି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ବି ହାଇ ଆଲର୍ଟ ଜାରି କରାଯାଇଛି। ଏୟାରପୋର୍ଟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏଥିସହ ସୁରକ୍ଷା କର୍ମୀମାନେ ବିମାନ ବନ୍ଦରରେ ଯାତ୍ରୀମାନଙ୍କର ପରିଚୟ ପତ୍ରକୁ ମଧ୍ୟ କଡ଼ାକଡ଼ି ଭାବେ ଯାଞ୍ଚ କରୁଛନ୍ତି। ଭାରତର ଅପରେସନ୍ ସିନ୍ଦୂର ପରେ ରକ୍ତ ଚାଉଳ ଚୋବାଉଛି ପାକିସ୍ତାନ। ସାମରିକ ପ୍ରତିଷ୍ଠାନ, ଅନ୍ୟାନ୍ୟ ପ୍ରତିଷ୍ଠାନ ଓ ସାଧାରଣ ନାଗରିକଙ୍କୁ ଟାର୍ଗେଟ କରୁଛି।ଶତ୍ରୁରାଷ୍ଟ୍ର ପାକିସ୍ତାନ ଦ୍ୱାରା ବିଭିନ୍ନ ଏୟାରପୋର୍ଟକୁ ଟାର୍ଗେଟ କରାଯାଉଛି। ଗତକାଲି ଜମ୍ମୁର ଏକାଧିକ ସ୍ଥାନକୁ ଟାର୍ଗେଟ କରି ପାକିସ୍ତାନ ରକେଟ ମାଡ଼ କରିଥିଲା । ଏହାପରେ ଜମ୍ମୁ ଏୟାରପୋର୍ଟରେ ସାଇରନ୍ ବାଜିବା ସହ ଜମ୍ମୁକୁ ବ୍ଲାକ ଆଉଟ୍ କରିଦିଆଯାଇଥିଲା । ଭାରତୀୟ ସେନା ପାକିସ୍ତାନକୁ କଡ଼ା ଜବାବ ଦେଇଥିଲା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking