19.1 C
Bhubaneswar
Sunday, December 21, 2025
Homeଓଡିଶାସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ଲୁପସ୍ ଦିବସରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ଲୁପସ୍ ଦିବସରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର: ଲୁପସ୍ ଏକ ସଂକ୍ରାମକ ରୋଗ ନୁହେଁ। ଏହା ଏକ ଅଟୋ ଇମ୍ୟୁନ୍ (ସ୍ୱ-ପ୍ରତିରକ୍ଷୀ) ରୋଗ। ତେବେ ଏହାର ଚିକିତ୍ସା ସମ୍ଭବ। ତେଣୁ ରୋଗକୁ ଡରିବା ପରିବର୍ତେ ଉପଯୁକ୍ତ ଚିକିତ୍ସା କରାଗଲେ ମଣିଷ ସୁସ୍ଥ ହୋଇପାରିବ। ଏଭଳି ସଚେତନତାର ବାର୍ତା ନେଇ ବିଶ୍ୱ ଲୁପସ୍ ଦିବସ ଅବସରରେ ଇନ୍‌ଷ୍ଟିୁଚ୍ୟଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ଶନିବାର ଏକ ସଚେତନତା ରାଲି ଆୟୋଜିତ ହୋଇଯାଇଛି।
ଶନିବାର ସକାଳେ ରାଜଧାନୀର ମାଷ୍ଟର କ୍ୟାଂଟିନ୍ ଛକ ଠାରୁ ରାମ ମନ୍ଦିର ପର୍ଯ୍ୟନ୍ତ ଏହି ସଚେତନତା ରାଲିର ଆୟୋଜନ କରାଯାଇଥିବା ବେଳେ ଭୁବନେଶ୍ୱର ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ ଯୋଗ ଦେଇ ରାଲିର ଶୁଭାରମ୍ଭ କରିଥିଲେ।

ସମ୍ ହସ୍ପିଟାଲର ଏଭଳି ସଚେତନତା ପଦକ୍ଷେପକୁ ପ୍ରଶଂସା କରି ଲୁପସ୍ ଭଳି ରୋଗକୁ ପରାସ୍ତ କରିବା ନିମନ୍ତେ ଉପଯୁକ୍ତ ଚିକିତ୍ସା ଓ ସଚେତନତାର ଆବଶ୍ୟକତା ରହିଛି ବୋଲି ଶ୍ରୀ ସିଂ କହିଥିଲେ। ଏହି ଅବସରରେ ସମ୍ ହସ୍ପିଟାଲ କ୍ଲିନିକାଲ ଇମୁନୋଲୋଜି ଆଣ୍ଡ ର‌୍ୟୁମାଟୋଲୋଜି ବିଭାଗର ମୁଖ୍ୟ ପ୍ରଫେସର ପ୍ରଦୀପ୍ତ ଶେଖର ପାତ୍ରୋ ଲୁପସ୍ ରୋଗ ସମ୍ବନ୍ଧରେ ବିସ୍ତୃତ ତଥ୍ୟ ପ୍ରଦାନ କରିଥିବା ବେଳେ ୧୫ ରୁ ୫୦ ବର୍ଷ ମଧ୍ୟରେ ଥିବା ବାଳିକା ଓ ମହିଳାମାନଙ୍କ କ୍ଷେତ୍ରରେ ଏହି ରୋଗ ଦେଖାଯାଉଛି ବୋଲି କହିଥିଲେ। ରୋଗ ପ୍ରତିରୋଧକ ଶକ୍ତିରେ ସମସ୍ୟା ସୃଷ୍ଟି ହେଲେ ଲୁପସ୍ ଭଳି ମାରାତ୍ମକ ବ୍ୟାଧି ଶରୀରରେ ଦେଖା ଦେଇଥାଏ। ଶରୀରରେ ବିଭିନ୍ନ ପ୍ରକାର ଦାଗ, ଜ୍ୱର, ଆଣ୍ଠୁଗଣ୍ଠି ଯନ୍ତ୍ରଣା, ହୃଦ ଯନ୍ତ୍ରଣା ଭଳି ସମସ୍ୟା ଦେଖାଦେଇଥାଏ। ତେଣୁ ଏଥି ନିମନ୍ତେ ଠିକ୍ ସମୟରେ ରୋଗର ଚିହ୍ନଟ, ଉପଯୁକ୍ତ ପରୀକ୍ଷା ଓ ଚିକିତ୍ସାର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ।

ଏହି ର‌୍ୟାଲିରେ ସମ୍ ହସ୍ପିଟାଲର ନର୍ସିଂ ସୁପରିଟେଣ୍ଡେଂଟ ଶ୍ରୀମତୀ ମିନତୀ ମିଶ୍ର, ସୋଆର ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଓ ହସ୍ପିଟାଲର ଡାକ୍ତର, ନର୍ସ ଏବଂ ଛାତ୍ରଛାତ୍ରୀମାନେ ସାମିଲ ହୋଇ ଏହି ମାରାତ୍ମକ ରୋଗ ବିଷୟରେ ସଚେତନତାର ବାର୍ତା ପ୍ରଦାନ କରିଥିଲେ। ବିଶ୍ୱ ଲୁପସ୍ ଦିବସ ପରିପ୍ରେକ୍ଷୀରେ ଆଇଏମଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର କ୍ଲିନିକାଲ ଇମୁନୋଲୋଜି ଆଣ୍ଡ ର‌୍ୟୁମାଟୋଲୋଜି ବିଭାଗ ପକ୍ଷରୁ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଏକ ସିଏମ୍‌ଇର ମଧ୍ୟ ଆୟୋଜନ କରାଯାଇଥିଲା। ଏହି ସିଏମ୍‌ଇରେ ଆଡିସ୍‌ନାଲ୍ ଡିଜି-ଆଇସିଏମ୍‌ଆର ଏବଂ ଆଇସିଏମ୍‌ଆର୍‌-ଆରଏମ୍‌ଆର୍‌ସି, ଭୁବନେଶ୍ୱରର ନିର୍ଦ୍ଦେଶିକା ଡକ୍ଟର ସଂଘମିତ୍ରା ପତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କହିଥିଲେ ଯେ ଯଦିଓ ଲୁପସ୍ ଭଳି ବ୍ୟାଧିରୁ ରୋଗିଟି ସଂପୂର୍ଣ୍ଣ ଭାବେ ସୁସ୍ଥ ହୋଇପାରିବ ନାହିଁ ତେବେ ପ୍ରାଥମିକ ସ୍ତରରୁ ଚିହ୍ନଟ କରାଯାଇ ଚିକିତ୍ସା କରାଗଲେ ରୋଗିଟି କିଛି ମାତ୍ରାରେ ସୁସ୍ଥ ହୋଇପାରିବ। ଲୁପସକୁ ନେଇ ଅନେକ ଗବେଷଣା କରାଯାଉଥିବା ବେଳେ ଏ ଦିଗରେ ଲୋକମାନଙ୍କୁ ସଚେତନ କରାଯିବାର ଆବଶ୍ୟକତା ରହିଛି।

ଏହି ଅବସରରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଡିନ୍ ପ୍ରଫେସର (ଡାକ୍ତର) ସଂଘମିତ୍ରା ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗ ଦେଇ କହିଥିଲେ ଯେ ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ହସ୍ପିଟାଲ୍ ପକ୍ଷରୁ ଲୁପସ ବ୍ୟାଧିର ସଚେତନତା ନେଇ ବିଭିନ୍ନ ପଦକ୍ଷେପ ହାତକୁ ନିଆଯାଉଛି। ଚଳିତବର୍ଷର ଥିମ୍ ‘ପୁଟ ଅନ୍ ପର୍ପଲ, ମେକ ଲୁପସ ଭିଜିବୁଲ୍‌’ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ଏହା ଖୁବ୍ ସ୍ୱାଗତଯୋଗ୍ୟ ବୋଲି ପ୍ରଫେସର ମିଶ୍ର କହିଥିଲେ। କାର୍ଯ୍ୟକ୍ରମରେ ପ୍ର୍ରଫେସର ପାତ୍ରୋ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ସୋଆର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ପଦ୍ମଶ୍ରୀ ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ର ଏବଂ ଆଇଏମଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ପୁଷ୍ପରାଜ ସାମନ୍ତସିଂହାର ବକ୍ତବ୍ୟ ରଖିଥିଲେ। କାର୍ଯ୍ୟକ୍ରମ ଶେଷରେ ହସ୍ପିଟାଲ୍‌ର କ୍ଲିନିକାଲ ଇମୁନୋଲୋଜି ଆଣ୍ଡ ର‌୍ୟୁମାଟୋଲୋଜି ବିଭାଗର ଆସିଷ୍ଟାଂଟ ପ୍ରଫେସର (ଡାକ୍ତର) ସୁମନ୍ତ ମଦନ ଧନ୍ୟବାଦ ଅର୍ପଣ କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking