24.1 C
Bhubaneswar
Tuesday, February 10, 2026
Homeଓଡିଶାରାଜ୍ୟ କ୍ୟାବିନେଟରେ ୬ଟି ପ୍ରସ୍ତାବକୁ ଅନୁମୋଦନ

ରାଜ୍ୟ କ୍ୟାବିନେଟରେ ୬ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ବୁଧବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୬ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ରାଜ୍ୟ ସରକାର ନୂଆ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିଛନ୍ତି। ଶିକ୍ଷାନୁଷ୍ଠାନରେ ସଂରକ୍ଷଣ ଲାଗୁ ନେଇ ନିଷ୍ପତ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି।

ସାମାଜିକ ଓ ଆର୍ଥିକ ଭାବେ ପଛୁଆ ପିଲାଙ୍କ ପାଇଁ ଶିକ୍ଷା ଗ୍ରହଣ ଓ ଚାକିରି କ୍ଷେତ୍ରରେ ନୂଆ ସଂରକ୍ଷଣ ବ୍ୟବସ୍ଥା ଲାଗୁ ହେବ। ଅନୁସୂଚିତ ଜାତି ଓ ଜନଜାତି ପାଇଁ ଯାହା ସଂରକ୍ଷଣ ବ୍ୟବସ୍ଥା ଥିଲା ରହିବ। ଉଚ୍ଚ ଶିକ୍ଷା ବିଭାଗର ଐତିହାସିକ ନିଷ୍ପତ୍ତି ନେଇଛନ୍ତି। ସାମାଜିକ ଓ ପଛୁଆ ବର୍ଗ ପାଇଁ ନାମ ଲେଖାରେ ୧୧.୨୫ ପ୍ରତିଶତ ସଂରକ୍ଷଣ ରହିବ। ଚଳିତ ଶିକ୍ଷା ବର୍ଷରୁ ଏହା ଲାଗୁହେବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking