16.1 C
Bhubaneswar
Sunday, December 7, 2025
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

କୌଣସି ବି ଲକ୍ଷ ଆମର ସାହସ ଠାରୁ ବଡ଼ ନୁହେଁ.. ସେ ହିଁ କେବଳ ହାରିଥାଏ, ଯିଏ ଲଢ଼ି ନଥାଏ !!
ଭାଗ୍ୟ କେବଳ ପରିଶ୍ରମ ଦ୍ଵାରା ବଦଳିଥାଏ ବସିକି ଚିନ୍ତା କରିଲେ ନୁହେଁ ।।

ମଣିଷ ଯେତେବି ଗର୍ବୀ ହେଇଥାଉନା କାହିଁକି, ଶରୀରରୁ ପ୍ରାଣ ଗଲାବେଳେ ପ୍ରାଣକୁ ବି ଅଟକେଇ ପାରେନି ! ତାହେଲେ ଅଯଥା ଗର୍ବ କରି ଲାଭ କଣ ?

ଯତ୍ନରେ ରଖିଲେ ସବୁ ସୁନ୍ଦର ଦେଖାଯାଏ, ଦୀର୍ଘସ୍ଥାୟୀ ବି ହୁଏ…….*
ସେ ନିଜ ଚେହେରା ହେଉ କି ଘରର ଜିନିଷ ହେଉ ବା ଆପଣଙ୍କ ସହ ଯୋଡି଼ ହୋଇ ରହିଥିବା ସମ୍ପର୍କ ହେଉ……….।
ଭୟ ଠାରୁ ବଡ Virus ଦୁନିଆରେ କିଛି ନାହିଁ ଆଉ ସାହସ ଠାରୁ ବଡ Vaccine କୋଉଠି ମିଳିବ ନାହିଁ ।

କାଦୁଅରେ ଗୋଡ଼ ପଶିଗଲେ ପାଣି ପାଖକୁ ଯିବା ଠିକ୍, କିନ୍ତୁ ପାଣିକୁ ଦେଖି କାଦୁଅ କୁ ଯିବା ଠିକ୍ ନୁହେଁ….

ସେହିପରି

ଖରାପ ସମୟରେ ପଇସା ଖର୍ଚ୍ଚ କରିବା ଠିକ୍, କିନ୍ତୁ ପଇସା କୁ ଦେଖି ଖରାପ ରାସ୍ତାକୁ ଯିବା ଠିକ୍ ନୁହେଁ….

ଅଦ୍ୟ ମଇ ମାସ ୧୯ ତାରିଖ ୨୦୨୫ ମସିହା (ସୋମବାର)
ଶକାବ୍ଦ -୧୯୪୭
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-ସିଦ୍ଧାର୍ଥ
ଜ୍ୟେଷ୍ଠ ମାସ- କୃଷ୍ଣପକ୍ଷ
ତିଥି- ଷଷ୍ଠୀ ପ୍ରା ଘ୦୬/୨୭ ଗତେ ସପ୍ତମୀ
ନକ୍ଷତ୍ର- ଶ୍ରବଣା ଦିବା ଘ୦୮/୧୮ ଗତେ ଧନିଷ୍ଟା
ଚନ୍ଦ୍ର- ମକର
ଯୋଗ- ଶୁକ୍ଲ
କରଣ – ବାଣିଜ୍ୟ
ସୌରମାସ- ବୃଷ ୦୫ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୧୩/୫୫
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୩/୦୯
*✧═════•❁❀
ଯୋଗିନୀ ପଶ୍ଚିମେ ପ୍ରା ଘ୦୬/୨୭ ଗତେ ବାୟବ୍ୟେ
ସିଂହ ରାଶି ର ଘାତଚନ୍ଦ୍ର
ମିଥୁନ ରାଶିର ଘାତବାର
ସପ୍ତମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳା- ଦିବା ଘ୦୬/୪୮ଗତେ ଘ୦୮/୨୭ ମଧ୍ୟେ
ବାରବେଳା- ଦିବା ଘ୦୩/୦୦ ଗତେ ଘ୦୪/୩୭ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୮/୨୭ ଗତେ ଘ୧୦/୦୩ ମଧ୍ୟେ ଓ ରାତ୍ରି ଘ୦୯/୨୨ ଗତେ ଘ୧୨/୩୩ ମଧ୍ୟେ ଓ ରାତ୍ରି ଘ୦୨/୦୭ ଗତେ ଘ୦୩/୪୫ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ରାତ୍ରି ଘ୦୪/୨୧ ଗତେ ଘ୦୫/୦୩ ମଧ୍ୟେ ═✧══•❁❀❁•═════✧
ଅଦ୍ୟ ତାଳ ଭକ୍ଷଣ ନିଷେଧ

✧═════•❁❀❁•═════*
ଆଜିର ରାଶିଫଳ
✧═════•❁❀❁•═════
ମେଷ
: ଆଜି ଆପଣଙ୍କର ଆକସ୍ମିକ ଧନ ଲାଭ ଯୋଗ ରହିଛି। ସାହାଯ୍ୟ ର ହାତବଢାଇବା ପାଇଁ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।
✧═════•❁❀❁•═════
ବୃଷ
: ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।*
✧═════•❁❀❁•═════
ମିଥୁନ
ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।*
✧═════•❁❀❁•═════
କର୍କଟ
: ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।*
✧═════•❁❀❁•═════*
ସିଂହ
: ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।*
✧═════•❁❀❁•═════
କନ୍ୟା
: ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।*
✧═════•❁❀❁•═════*
ତୁଳା
: ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।*
✧═════•❁❀❁•═════
ବିଛା
: ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।*
✧═════•❁❀❁•═════*
ଧନୁ
ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।*
✧═════•❁❀❁•═════
ମକର
: ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନ ର କାର୍ଯହେବ।*
✧═════•❁❀❁•═════*
କୁମ୍ଭ
: ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।*
✧═════•❁❀❁•═════*
ମୀନ
: ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking