28.1 C
Bhubaneswar
Thursday, February 5, 2026
Homeଓଡିଶାମେ’ ଶେଷ ସପ୍ତାହରେ ଲଘୁଚାପ ସମ୍ଭାବନା

ମେ’ ଶେଷ ସପ୍ତାହରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ମାଡି ଆସୁଛି ଏକା ସାଙ୍ଗରେ ଦୁଇଟି ଲଘୁଚାପ । ମେ’ ଶେଷ ସପ୍ତାହରେ ବଙ୍ଗୋପସାଗର ଏବଂ ଆରବସାଗରରେ ଲଘୁଚାପ ସମ୍ଭାବନା ରହିଛି । ୨୧ ମେ’ ବେଳକୁ ଆରବସାଗରର କର୍ଣ୍ଣାଟକ ଉପକୂଳରେ ଘୁର୍ଣ୍ଣିବଳୟ ସମ୍ଭାବନା ରହିଛି । ୨୨ ମେ’ ବେଳକୁ ଏହା ଲଘୁଚାପର ରୂପ ନେବ । ଏହି ଲଘୁଚାପ ଅଧିକ ଘନୀଭୂତ ହେଇ ଉତ୍ତରକୁ ଗତି କରିପାରେ । ୨୭ ମେ’ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଏହାର ସଂଲଗ୍ନ ଅଞ୍ଚଳରେ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେଇପାରେ ।  ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହେଇ ଲଘୁଚାପର ରୂପ ନେବ । ରାଜ୍ୟରେ ବର୍ତ୍ତମାନ ଗରମ ଗୁଳୁଗୁଳି ଜାରି ରହିଛି । ଉପକୂଳବର୍ତ୍ତି  ଜିଲ୍ଲା ବାଲେଶ୍ୱର,ଭଦ୍ରକ,କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଗଞ୍ଜାମ, ଗଜପତିରେ ଗରମ ଗୁଳୁଗୁଳିକୁ ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୪ ଦିନ ପାଇଁ କାଳବୈଶାଖୀ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ୨୩ ମେ’ ପର୍ଯ୍ୟନ୍ତ ରାଜ୍ୟରେ ଲାଗିରହିବ କାଳବୈଶାଖୀ ବର୍ଷା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking