34.1 C
Bhubaneswar
Sunday, March 29, 2026
Homeଓଡିଶାଆରବସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି

ଆରବସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି

ଭୁବନେଶ୍ୱର: ପୂର୍ବ-କେନ୍ଦ୍ରୀୟ ଆରବ ସାଗର ଏବଂ ସଂଲଗ୍ନ ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳରେ ସୃଷ୍ଟି ହୋଇଥିବା ଏକ ଘୂର୍ଣ୍ଣିବଳୟ ବୁଧବାର ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହି ପ୍ରଣାଳୀ ଉତ୍ତର ଦିଗକୁ ଗତି କରି ଗୁରୁବାର ଏକ ଡିପ୍ରେସନରେ ପରିଣତ ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ଆସନ୍ତା ୩୬ ଘଣ୍ଟା ଭିତରେ ଏହା ଉତ୍ତର ଦିଗରେ ଗତି କରିବା ସହ ଏହା ଘନୀଭୂତ ହେବ ବୋଲି ସୂଚନା ମିଳିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ମଧ୍ୟ ଘୋଷଣା କରିଛି ଯେ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ତିନିରୁ ଚାରି ଦିନ ମଧ୍ୟରେ କେରଳ ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି। ଏନେଇ  ପାଗ ଅତ୍ୟନ୍ତ ଅନୁକୂଳ ରହିଛି। ସେପଟେ ଆସନ୍ତା ୨୭ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିବ। ବିଭିନ୍ନ ଜିଲ୍ଲା ପାଇଁ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର। ଦକ୍ଷିଣ ଉପକୂଳ ଓଡିଶାର ୧୬ ଜିଲ୍ଲାକୁ ୟେଲୋ ଓ୍ବାଣ୍ଣିଂ ଜାରି ହୋଇଛି ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking