20.1 C
Bhubaneswar
Sunday, December 21, 2025
Homeଓଡିଶାକ୍ୟାବିନେଟରେ ବଡ଼ ନିଷ୍ପତ୍ତି: ସରକାରୀ ଚାକିରି ପାଇଁ ବଢ଼ିଲା ବୟସ ସୀମା

କ୍ୟାବିନେଟରେ ବଡ଼ ନିଷ୍ପତ୍ତି: ସରକାରୀ ଚାକିରି ପାଇଁ ବଢ଼ିଲା ବୟସ ସୀମା

ଭୁବନେଶ୍ୱର: ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବା ସହିତ ଯୁବବର୍ଗଙ୍କୁ ନିଯୁକ୍ତି ଯୋଗାଇବା ଏବଂ କୃତ୍ରିମ ବୁଦ୍ଧିମତା(ଏଆଇ)ର ଉପଯୋଗିତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ବୁଧବାର ସନ୍ଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟଶାସନ ସଚିବ ମନୋଜ କୁମାର ଆହୁଜା ଖବରଦାତା ସମ୍ମିଳନୀରେ କହିଛନ୍ତି ଯେ, ସରକାରୀ ଚାକିରିରେ ନିଯୁକ୍ତି ପାଇଁ ସର୍ବୋଚ୍ଚ ବୟସ ସୀମା ୩୨ ବର୍ଷରୁ ୪୨ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏଥିଲାଗି ସରକାର ଓଡିଶା ବେସାମରିକ ସେବା (ସର୍ବୋଚ୍ଚ ବୟସ ସୀମା ସ୍ଥିରୀକରଣ) ନିୟମାବଳୀ ୧୯୮୯ର ସଂଶୋଧନ କରାଯାଇଛି। ସରକାରଙ୍କ ନିୟମାବଳୀରେ ଥିବା ବ୍ୟବସ୍ଥା ଅନୁଯାୟୀ ସରକାରୀ ପଦପଦବୀ ଓ ସେବାରେ ପ୍ରବେଶ ପାଇଁ ସର୍ବୋଚ୍ଚ ବୟସ ସୀମା ପୂର୍ବରୁ ୩୨ ବର୍ଷ ରହିଥିଲା। କ୍ୟାବିନେଟ୍‌ ନିଷ୍ପତ୍ତି ଦ୍ବାରା ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରି ବୟସମୀମା ପାର ହୋଇଯାଇଥିବା ଆଶାୟୀ ଉପକୃତ ହେବେ ।

ମୁଖ୍ୟ ସଚିବ କହିଥିଲେ ଯେ, ଆଗାମୀ ନିଯୁକ୍ତି ପ୍ରକ୍ରିୟାରେ ଅଂଶଗ୍ରହଣ କରିବା ନିମନ୍ତେ ସର୍ବୋଚ୍ଚ ବୟସ ସୀମାକୁ ବୃଦ୍ଧି କରିବା ପାଇଁ ବିଭିନ୍ନ ମହଲରୁ ବହୁ ଅନୁରୋଧ ସରକାରଙ୍କ ହସ୍ତଗତ ହୋଇଥିଲା । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କିଛି ସେବା ଓ ପଦବୀ ଯେଉଁଠାରେ ସର୍ବୋଚ୍ଚ ବୟସ ସୀମା ଅଧିକ ଉଲ୍ଲେଖ ହୋଇଛି କିମ୍ବା ୟୁନିଫର୍ମ ସେବା ଯଥା ପୋଲିସ, ଜଙ୍ଗଲ, ଅବକାରୀ, ଅଗ୍ନିଶମ ସେବା ଇତ୍ୟାଦି ଏବଂ ଯେଉଁ ସେବା ଓ ପଦବୀରେ ଶାରୀରିକ ଦକ୍ଷତା ପରୀକ୍ଷା ରହିଥାଏ ଏବଂ ଏହାବ୍ୟତୀତ ଅନ୍ୟ ସମସ୍ତ ବିଭିନ୍ନ ମୂଳ ପଦବୀ ଓ ସେବାରେ ପ୍ରବେଶ ପାଇଁ ସର୍ବୋଚ୍ଚ ବୟସ ସୀମା ୩୨ ବର୍ଷରୁ ୪୨ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ନିଷ୍ପତ୍ତିି ନେଇଛନ୍ତି। ଉପରୋକ୍ତ ସର୍ବୋଚ୍ଚ ବୟସସୀମା ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି, ସାମାଜିକ ଓ ଶିକ୍ଷାଗତ ପଛୁଆ ବର୍ଗ, ମହିଳା, ଅବସରପ୍ରାପ୍ତ ସେନା ଅଧିକାରୀ ଏବଂ ଭିନ୍ନକ୍ଷମ ବ୍ୟକ୍ତିମାନଙ୍କ କ୍ଷେତ୍ରରେ ସରକାରଙ୍କ ଦ୍ବାରା ବିଭିନ୍ନ ସମୟରେ ଲାଗୁ ହେଉଥିବା ନିୟମାବଳୀ ଅନୁସାରେ କୋହଳ ହେବ ବୋଲି ମୁଖ୍ୟ ସଚିବ କହିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking