31.1 C
Bhubaneswar
Friday, February 13, 2026
Homeଓଡିଶାଆସନ୍ତା ୧୮ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା

ଆସନ୍ତା ୧୮ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ୟରେ ଏବେ ପ୍ରାକ୍‌ ମୌସୁମୀ ବର୍ଷା ଜାରି ରହିଥିବା ବେଳେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବାକୁ ପାଗ ଅନୁକୂଳ ହେଉଛି। ୨ ଦିନ ଭିତରେ ମୌସୁମୀ ଓଡ଼ିଶା ଛୁଇଁବା ନେଇ ଆକଳନ କରାଯାଉଛି। ଆସନ୍ତାକାଲି ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟ୍‌କା ପବନ ସହ କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ ଓ ନବରଙ୍ଗପୁରରେ ବର୍ଷା ସମ୍ଭାବନା ରହିଛି। ଅବଶିଷ୍ଟ ଓଡ଼ିଶାରେ ବି ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।ଆସନ୍ତା ୧୮ ତାରିଖ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଥିବା ବେଳେ ତାପମାତ୍ରା ବି କମ୍‌ ରହିବ। ୧୬ ଓ ୧୭ ତାରିଖ ରାଜ୍ୟର ବିଭିନ୍ନ ସ୍ଥାନ‌ରେ ଭୀଷଣ ବର୍ଷାର ସମ୍ଭାବନା ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking