25.1 C
Bhubaneswar
Saturday, December 6, 2025
Homeଓଡିଶାଆନ୍ତର୍ଜାତିକ ଯୋଗ ଦିବସ ଅବସରରେ ସୋଆ ଆଇବିସିଏସ୍‌ରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ

ଆନ୍ତର୍ଜାତିକ ଯୋଗ ଦିବସ ଅବସରରେ ସୋଆ ଆଇବିସିଏସ୍‌ରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍‌) ପକ୍ଷରୁ ଏକାଦଶ ଆନ୍ତର୍ଜାତିକ ଯୋଗ ଦିବସ ପରିପ୍ରେକ୍ଷୀରେ ଜୁନ୍ ୯ ରୁ ୧୩ ତାରିଖ ପର୍ଯ୍ୟନ୍ତ ୫ ଦିନ ବ୍ୟାପୀ ଏକ ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇଯାଇଛି । ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ଏହି କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା । ସୋଆର ଯୋଗ ପ୍ରଶିକ୍ଷକ ଶ୍ରୀ ଅଖିଳ ଚନ୍ଦ୍ର ରଣା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଆଇବିସିଏସ୍‌ର ଏନ୍‌ଏସଏସ୍ ପ୍ରୋଗ୍ରାମ ଅଫିସର ଶ୍ରୀ ଅନନ୍ତ ପ୍ରସାଦ ନନ୍ଦ ତାଙ୍କୁ ସହାୟତା କରିଥିଲେ । ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଆଇବିସିଏସ୍‌ର ଡିନ୍ ପ୍ରଫେସର ଅୟସକାନ୍ତ ମହାନ୍ତି, ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଏବଂ ଆସୋସିଏଟ୍ ଡିନ୍ ପ୍ରଫେସର ମନୋରଞ୍ଜନ ଦାଶ ଯୋଗ ଦେଇଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking