16.1 C
Bhubaneswar
Saturday, December 6, 2025
Homeଓଡିଶାଜୁନ୍ ୨୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା !

ଜୁନ୍ ୨୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା !

ଭୁବନେଶ୍ୱର: ଆଜିଠାରୁ ବର୍ଷା ପରିମାଣ ବଢ଼ିପାରେ । ୯ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ପାଣିପାଗ ବିଭାଗ ଏନେଇ ପୂର୍ବାନୁମାନ କରିଛି । ୨୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି । ଆଜି ମୟୂରଭଞ୍ଜ ଓ କେନ୍ଦୁଝରରେ ଭୀଷଣ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆଲର୍ଟ କରାଯାଇଛି । ଉଭୟ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାରେ ଭୀଷଣ ବର୍ଷା ହୋଇପାରେ । ଏଥିନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ବାକି ସମସ୍ତ ଜିଲ୍ଲାରେ ବଜ୍ରପାତ ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ପବନ ବହିବା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking