17.1 C
Bhubaneswar
Sunday, February 8, 2026
Homeଓଡିଶାମୋଦିଙ୍କ ସୁରକ୍ଷା ପାଇଁ ୧୩୩ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ

ମୋଦିଙ୍କ ସୁରକ୍ଷା ପାଇଁ ୧୩୩ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ

ଭୁବନେଶ୍ୱର: କାଲି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଜ୍ୟରେ ବିଜେପି ସରକାରକୁ ଏକ ବର୍ଷ ପୂର୍ତ୍ତି ହୋଇଛି । ଏଥିପାଇଁ ଭୁବନେଶ୍ୱର ଜନତା ମୈଦାନରେ ଆୟୋଜନ ହେବ ସ୍ୱତନ୍ତ୍ର କାର୍ଯ୍ୟକ୍ରମ । ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ । ଭୁବନେଶ୍ୱର ଗସ୍ତ ପୂର୍ବରୁ, କମିସନରେଟ୍ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ମୋଟ ୧୩୩ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯାଇଛି। ଆସନ୍ତା ଶୁକ୍ରବାର ଉତ୍ତର ପ୍ରଦେଶର କୁଶିନଗରରୁ ବାହାରି ଅପରାହ୍ଣ ୩.୪୦ରେ ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିବେ ନରେନ୍ଦ୍ର ମୋଦୀ ।  ଭୁବନେଶ୍ୱରରେ ପହଞ୍ଚିବା ପରେ ୩.୪୫ ମିନିଟ୍‌ରେ ଏୟାରପୋର୍ଟରୁ ଜନତା ମୈଦାନ ଅଭିମୁଖେ ଏକ ଶୋଭାଯାତ୍ରାରେ ବାହାରିବେ ପ୍ରଧାନମନ୍ତ୍ରୀ । ୪.୧୫ ସୁଦ୍ଧା ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ୪.୧୫ରୁ ୫.୩୦ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବା ସହ ସରକାରଙ୍କ ଉପଲବ୍ଧି ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିବେ । ଏହାପରେ ୫.୩୫ ସୁଦ୍ଧା ପ୍ରଧାନମନ୍ତ୍ରୀଙ୍କ କାର୍‌କେଡ୍‌ ଭୁବନେଶ୍ୱର ଅଭିମୁଖେ ବାହାରିବ । ୫.୪୫ ସୁଦ୍ଧା ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିବେ ମୋଦୀ ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking